Posted inଜାତୀୟ

କାଞ୍ଝାଓ୍ବାଲା ମାମଲାରେ ୧୧ ପୋଲିସ ନିଲମ୍ବିତ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୧୧ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏହି ପୋଲିସ କର୍ମଚାରୀ ଡ୍ୟୁଟିରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଯେଉଁ ରାସ୍ତାରେ ହୋଇଥିଲା ସେଠାରେ ମୁତୟନ ହୋଇଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ପୋଲିସ କର୍ମଚାରୀଙ୍କ ମଧ୍ୟରେ ୨ଜଣ ସବ୍‌-ଇନ୍ସପେକ୍ଟର, ୪ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର, ୪ ହେଡ କନ୍‌ଷ୍ଟେବଳ, ୧କନଷ୍ଟେବଳ ସାମିଲ ଅଛନ୍ତି। ଯାହାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୬ଜଣ ପିସିଆର ଡ୍ୟୁଟିରେ ଏବଂ ୫ଜଣ ପୋଲିସ ପିକେଟିଂରେ ମୁତୟନ ହୋଇଥିଲେ। ଏହାପୂର୍ବରୁ କାଞ୍ଝାୱାଲା ମାମଲାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁରୁବାର ୩ଟି ପିସିଆର ଭ୍ୟାନ ଏବଂ ଦୁଇଟି ପିକେଟିଂରେ ଡ୍ୟୁଟିରେ ଥିବା ସମସ୍ତ କର୍ମଚାରୀଙ୍କୁ ନିଲମ୍ବନ କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଡ୍ୟୁଟି ପାଳନ ନ କରିବା ଏବଂ ଚେକ ପୋଷ୍ଟର ଯାଞ୍ଚ ଅଧିକାରୀଙ୍କୁ ନିଜ କର୍ତ୍ତବ୍ୟରେ ଅସଫଳ ରହିବାରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରି କାରଣ ଦର୍ଶାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଏନେଇ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସ୍ବତନ୍ତ୍ର କମିଶନର ଶାଳିିନୀ ସିଂଙ୍କ ନେତୃତ୍ୱରେ ଯାଞ୍ଚ କମିଟି ଏକ ରିପୋର୍ଟ ଦାଖଲ କରିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିଦିନ ରାତିରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀ କହିଛନ୍ତି। ଏହି ମାମଲାରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଅପରାଧୀଙ୍କୁ ଦଣ୍ଡ ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri