Posted inଜାତୀୟ

କାଞ୍ଝାଓ୍ବାଲା ମାମଲାରେ ୧୧ ପୋଲିସ ନିଲମ୍ବିତ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର କାଞ୍ଝାଓ୍ବାଲା ମାମଲାରେ ୧୧ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏହି ପୋଲିସ କର୍ମଚାରୀ ଡ୍ୟୁଟିରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଯେଉଁ ରାସ୍ତାରେ ହୋଇଥିଲା ସେଠାରେ ମୁତୟନ ହୋଇଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ପୋଲିସ କର୍ମଚାରୀଙ୍କ ମଧ୍ୟରେ ୨ଜଣ ସବ୍‌-ଇନ୍ସପେକ୍ଟର, ୪ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର, ୪ ହେଡ କନ୍‌ଷ୍ଟେବଳ, ୧କନଷ୍ଟେବଳ ସାମିଲ ଅଛନ୍ତି। ଯାହାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ ପୋଲିସ କର୍ମଚାରୀଙ୍କ ମଧ୍ୟରୁ ୬ଜଣ ପିସିଆର ଡ୍ୟୁଟିରେ ଏବଂ ୫ଜଣ ପୋଲିସ ପିକେଟିଂରେ ମୁତୟନ ହୋଇଥିଲେ। ଏହାପୂର୍ବରୁ କାଞ୍ଝାୱାଲା ମାମଲାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଗୁରୁବାର ୩ଟି ପିସିଆର ଭ୍ୟାନ ଏବଂ ଦୁଇଟି ପିକେଟିଂରେ ଡ୍ୟୁଟିରେ ଥିବା ସମସ୍ତ କର୍ମଚାରୀଙ୍କୁ ନିଲମ୍ବନ କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଡ୍ୟୁଟି ପାଳନ ନ କରିବା ଏବଂ ଚେକ ପୋଷ୍ଟର ଯାଞ୍ଚ ଅଧିକାରୀଙ୍କୁ ନିଜ କର୍ତ୍ତବ୍ୟରେ ଅସଫଳ ରହିବାରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୋଲିସକୁ ନୋଟିସ ଜାରି କରି କାରଣ ଦର୍ଶାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ଏନେଇ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସ୍ବତନ୍ତ୍ର କମିଶନର ଶାଳିିନୀ ସିଂଙ୍କ ନେତୃତ୍ୱରେ ଯାଞ୍ଚ କମିଟି ଏକ ରିପୋର୍ଟ ଦାଖଲ କରିବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିଦିନ ରାତିରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀଙ୍କ ବିରୋଧରେ ମଧ୍ୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀ କହିଛନ୍ତି। ଏହି ମାମଲାରେ ଶୀଘ୍ର ଚାର୍ଜସିଟ ଦାଖଲ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହାଦ୍ୱାରା ଅପରାଧୀଙ୍କୁ ଦଣ୍ଡ ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?