Posted inଜାତୀୟ

ଦିଲ୍ଲୀରେ ଲାଗୁ ହେବ ଗୁଜରାଟ ‘ଆଇନ’! ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରସ୍ତାବ ଦେଲେ ଏଲଜି

ନୂଆଦିଲ୍ଲୀ,୯।୭: ଦିଲ୍ଲୀରେ ଖୁବଶୀଘ୍ର ଗୁଜରାଟ ‘ଆଇନ’ ଲାଗୁ ହେବାକୁ ଯାଉଛି। ଦିଲ୍ଲୀର ଉପରାଜ୍ୟପାଳ ବିନୟ କୁମାର ସାକ୍ସେନା ‘ଦ ଗୁଜରାଟ ପ୍ରିଭେନଶନ ଅଫ ଆଣ୍ଟି-ସୋସିଆଲ ଆକ୍ଟିଭିଟିଜ ଆକ୍ଟ(ପିଏଏସଏଏ)୧୯୮୫’କୁ ରାଷ୍ଟ୍ରୀୟ ରାଜଧାନୀରେ ଲାଗୁ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପ୍ରସ୍ତାବ ପଠାଯାଇଛି।

ଏହି ନିୟମ ଅନୁଯାୟୀ, ସାର୍ବଜନିକ ବ୍ୟବସ୍ଥାକୁ ବଜାୟ ରଖିବାକୁ ବିପଜ୍ଜନକ ଅପରାଧୀ, ବେଆଇନ ଭାବେ ମଦ ବିକ୍ରି କରୁଥିବା ବ୍ୟକ୍ତି, ଡ୍ରଗ ଅପରାଧୀ, ଟ୍ରାଫିକ ଆଇନ ଉଲ୍ଲଂଘନକାରୀ ଏବଂ ସମ୍ପତ୍ତି ଦଖଲକାରୀଙ୍କ ପକ୍ଷରୁ କରାଯାଉଥିବା ଅସାମାଜିକ ଓ ବିପଜ୍ଜନକ ଗତିବିଧିକୁ ରୋକିବାକୁ ସେମାନଙ୍କୁ ଜେଲ ନେବାର ପ୍ରାବଧାନ ରହିଛି।
ଗୁଜୁରାଟର ପିଏଏସଏ ଅଧିନିୟମ ଆଲୋଚନାର ବିଷୟ ହୋଇଛି। ରାଜନୈତିକ ତଥା ସାମାଜିକ ସଂଗଠନ ଗୁଜରାଟ ସରକାରଙ୍କୁ ଏହି ଆଇନର ବ୍ୟାପକ ଅପବ୍ୟବହାର ଅଭିଯୋଗ କରି ଅନେକ ଥର ସମାଲୋଚନା କରିଛନ୍ତି। ଏହି କାର୍ଯ୍ୟ ପାଇଁ କୋର୍ଟ ମଧ୍ୟ ତାଗିଦ କରିଛନ୍ତି। ଦୁଇ ବର୍ଷ ପୂର୍ବେ ଏହି ଆଇନ ଅନୁଯାୟୀ ଜଣେ ଡାକ୍ତରଙ୍କୁ ଅଟକ ରଖାଯାଇଥିବା ବେଳେ ଏହି ଆଇନ ମଧ୍ୟ ଆଲୋଚନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri