Posted inଜାତୀୟ

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପଠାଇଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୬ ଡିସେମ୍ବର ୨୮ରେ କେନ୍ଦ୍ରଶାସିତ ଅଞ୍ଚଳ ଦିଲ୍ଲୀର ତତ୍କାଳୀନ ଏଲ୍‌ଜି ନଜିବ ଜଙ୍ଗ ଇସ୍ତଫା ଦେବା ପରେ ୩୧ ତାରିଖରେ ତାଙ୍କ ସ୍ଥାନରେ ଅବସରପ୍ରାପ୍ତ ଅମଲାତନ୍ତ୍ରୀ ଅନିଲ ବୈଜାଲଙ୍କୁ ଅବସ୍ଥାପିତ କରାଯାଇଥିଲା।

୧୯୬୯ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ବୈଜାଲ ବିଂଶତମ ଉପରାଜ୍ୟପାଳ ରୂପେ ନିଯୁକ୍ତ ହେବା ପୂର୍ବରୁ ଦିଲ୍ଲୀ ଉନ୍ନୟନ କର୍ତ୍ତୃପକ୍ଷ (ଡିଡିଏ) ଉପାଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇଥିଲେ। ୨୦୦୪ରେ କଂଗ୍ରେସ ନେତୃତ୍ୱାଧୀନ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ଅମଳରେ ସେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସଚିବ ଥିଲେ। ଏଲ୍‌ଜି ନିଯୁକ୍ତ ହେବା ପରେ ବୈଜାଲ ପ୍ରାୟ ସାଢ଼େ ୪ ବର୍ଷ ଏହି ସାମ୍ବିଧାନିକ ପଦ ସମ୍ଭାଳିଥିଲେ।

ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ସରକାର ଏବଂ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ମଧ୍ୟରେ କ୍ଷମତା ଅଧିକାରକୁ ନେଇ ଟଣାଓଟରା ଲାଗିରହିଥିବାବେଳେ ଉପରାଜ୍ୟପାଳଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ସମସ୍ତଙ୍କ ନଜର ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri