Posted inଜାତୀୟ

ସିସୋଡିଆଙ୍କ ଜାମିନ ଉପରେ ସିବିଆଇ, ଇଡିକୁ ନୋଟିସ ଜାରି କଲେ ସୁପିମକୋର୍ଟ

ନୂଆଦିଲ୍ଲୀ,୧୪।୭: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇ ଏବଂ ଇଡିଙ୍କୁ ନୋଟିସ ଜାରି କରିଛନ୍ତି। ସିସୋଡିଆ ପତ୍ନୀଙ୍କ ଅସୁସ୍ଥତା କାରଣରୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ନୋଟିସ ଜାରି କରାଯାଇଛି। ଜୁଲାଇ ୨୮ରେ ଏହି ମାମଲାର ଶୁଣାଣି ହେବ। ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ବେଲା ତ୍ରିବେଦୀ ଏବଂ ଜଷ୍ଟିସ ଉଜ୍ୱଲ ମୁଇନଙ୍କ ବେଞ୍ଚ ଏହି ଶୁଣାଣି କରିଛନ୍ତି। ମଦ ଦୁର୍ନୀତି ମାମଲାରେ ସିସୋଡିଆଙ୍କୁ ପ୍ରାୟ ୫ ମାସ ପୂର୍ବରୁ ଗିରଫ କରାଯାଇଥିଲା। ତାଙ୍କ ଜାମିନ ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଥିଲେ। ସିସୋଡିଆ ବିରୋଧରେ ଆସିଥିବା ଅଭିଯୋଗକୁ ଗୁରୁତର ବୋଲି ବିଚାର କରି ଦିଲ୍ଲୀ ହାଇକୋର୍ଟ ଜାମିନ ଦେବାକୁ ମନା କରିଦେଇଥିଲେ।
ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବା ପରେ ସିସୋଡିଆ ସୁପ୍ରିମକୋର୍ଟ ଯାଇଥିଲେ। ଜୁଲାଇ ୧୦ରେ ବରିଷ୍ଠ ବିଚାରପତି ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ ବିଚାରପତି ଡି.ଇ ଚନ୍ଦ୍ରଚୂଡଙ୍କ ନିକଟରେ ରଖି ଜରୁରୀକାଳୀନ ଶୁଣାଣି ପାଇଁ ଦାବି କରିଥିଲେ। ଏହାକୁ ପ୍ରଧାନ ବିଚାରପତିଙ୍କ ଦ୍ୱାରା ଗ୍ରହଣ କରାଯାଇଥିଲା।
ସୂଚନାଯୋଗ୍ୟ, ସିସୋଡିଆଙ୍କ ମଦ ଦୁର୍ନୀତି ମାମଲାରେ ଫେବୃଆରୀ ୧୬ରେ ସିବିଆଇ ଗିରଫ କରିଥିଲା। ସେହି ଦିନଠାରୁ ସେ ଜେଲରେ ଥିଲେ। ସେ ଫେବୃଆରୀ ୨୮ରେ ଦିଲ୍ଲୀ କ୍ୟାବିନେଟରୁ ଇସ୍ତଫା ଦେଇଥିଲେ। ମେ ୩୦ରେ ହାଇକୋର୍ଟ ସିବିଆଇ ମାମଲାରେ ମନୀଷ ସିସୋଡିଆଙ୍କୁ ଜାମିନ ଦେବାକୁ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?