Posted inଜାତୀୟ

କୋର୍ଟରେ ଚିତ୍କାର କଲେ ‘ତାରିଖ ପେ ତାରିଖ’

ନୂଆଦିଲ୍ଲୀ,୨୧।୭: ନ୍ୟାୟ ପାଇବାରେ ବିଳମ୍ବ ହେବାରୁ ଜଜ୍‌ଙ୍କ ଆଗରେ ‘ତାରିଖ ପେ ତାରିଖ’ (ତାରିଖ ପରେ ତାରିଖ) ଚିତ୍କାର କରିବା ସହ କୋର୍ଟ ରୁମ୍‌ର ଫର୍ନିଚର ଓ କମ୍ପ୍ୟୁଟର ବାଡେଇ ଭାଙ୍ଗି ଦେଇଛନ୍ତି ଜଣେ ଅଭିଯୋଗକାରୀ। ଏହି ଅସାଧାରଣ ଘଟଣା ଘଟିଛି ଗତ ୧୭ ତାରିଖରେ ଦିଲ୍ଲୀର କାର୍କାଦୁମା କୋର୍ଟର ୬୬ ନଂ ରୁମ୍‌ରେ।

ଶାସ୍ତ୍ରୀନଗର ବାସୀନ୍ଦା ରାକେଶଙ୍କ ମାମଲାର ଶୁଣାଣି ୨୦୧୬ଠାରୁ ଚାଲିଛି। ଦୀର୍ଘ ୫ ବର୍ଷ ହେଲା ଶୁଣାଣି ଚାଲୁଥିବାବେଳେ ତାଙ୍କୁ ନ୍ୟାୟ ବଦଳରେ ମିଳୁଥିଲା କେବଳ ତାରିଖ । ଏଥିରେ ଉତ୍‌କ୍ଷିପ୍ତ ହୋଇ ରାକେଶ ‘ତାରିଖ ପେ ତାରିଖ’ ଚିତ୍କାର କରିବା ସହ କୋର୍ଟ ରୁମ୍‌ରେ କମ୍ପ୍ୟୁଟର ଓ ଫର୍ନିଚର ଭାଙ୍ଗି ଦେଇଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। କୋର୍ଟରୁମ୍‌ରେ ଉପସ୍ଥିତ ଷ୍ଟାଫ୍‌ଙ୍କ ଠାରୁ ସୂଚନା ପାଇବା ପରେ ରାକେଶଙ୍କୁ ପୋଲିସ ଗିରଫ କରିଥିଲା।

ଆଇପିସି ଦଫା ୧୮୬ (ସରକାରୀ କର୍ମଚାରୀଙ୍କ କାର୍ଯ୍ୟରେ ବାଧା ଦେବା), ୩୫୩ (ସରକାରୀ କର୍ମଚାରୀଙ୍କ ଉପରେ ଅପରାଧିକ ବଳ ପ୍ରୟୋଗ କରିବା), ୪୨୭(ବଦମାସି)ଓ ୫୦୬ (ଭୟ ସୃଷ୍ଟି କରିବା) ଅଧୀନରେ ରାକେଶଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri