Posted inଜାତୀୟ

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦିଲ୍ଲୀର ମୁକୁନ୍ଦପୁର ଅଞ୍ଚଳରେ। ପିଡୀତ ରଣ ସିଂହଙ୍କ ବୟସ ୬୦ ହୋଇଥିବା ବେଳେ ଅଭିଯୁକ୍ତ ଧୀରଜର ବୟସ ୪୨ ଅଟେ।

“ଘଟଣା ଦିନ ଧୀରଜ ତାଙ୍କ ପତ୍ନୀଙ୍କୁ ମାଡ ମାରୁଥିଲେ। ପଡୋଶୀ ରଣ ସିଂ ଏହା ଦେଖି ସେମାନଙ୍କ ବିବାଦର ସମାଧାନ ପାଇଁ ତାଙ୍କ ଘରକୁ ଯାଇଥିଲେ ବୋଲି ଡେପୁଟି କମିଶନର ପୋଲିସ (ବାହ୍ୟ ଉତ୍ତର) ନିଧିନ୍ ଭାଲସନ କହିଛନ୍ତି।

ତେବେ ସିଂଙ୍କ ହସ୍ତକ୍ଷେପରେ ରାଗିଯାଇ ଧୀରଜ ତାଙ୍କୁ ଲୁହା ରଡରେ ମୁଣ୍ଡରେ ଆଘାତ କରିଥିଲେ। ଏହାପରେ ରଣ ସିଂ ପ୍ରଥମ ମହଲାର ସିଡ଼ିରୁ ଖସିପଡିଥିଲେ। ତାଙ୍କୁ ଜାହାଙ୍ଗୀରପୁରୀର ବାବୁ ଜଗଜୀବନ ରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

ପୋଲିସ କହିଛି ଯେ ସିଂଙ୍କ ପୁତୁରା ପୋଲିସକୁ ଧୀରଜ ଆକ୍ରମଣ ବିଷୟରେ ସୂଚନା ଦେଇଥିଲେ। ଅନୁସନ୍ଧାନରୁ ଜଣାପଡିଛି ଯେ ଅଭିଯୁକ୍ତ ଜଣକ ଡ୍ରାଇଭର ହୋଇଥିବା ବେଳେ ପତ୍ନୀଙ୍କ ସହ ନିୟମିତ ଝଗଡା କରୁଥିଲେ ଏବଂ ତାଙ୍କୁ ପ୍ରତି ଶାରୀରିକ ନିର୍ଯାତନା ଦେବା ସହ ଅଶାଳୀନ ଭାଷାରେ ଗାଳିଗୁଲଜ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?