Posted inଜାତୀୟ

ପୁଣି ଅଟକିଲା ଦିଲ୍ଲୀ ମେୟର ନିର୍ବାଚନ: ଅନିର୍ଦ୍ଦିଷ୍ଟ କାଳ ଗୃହ ମୁଲତବୀ

ନୂଆଦିଲ୍ଲୀ,୨୫ା୧: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଏବଂ ଭାଜପା କାଉନ୍‌ସିଲରଙ୍କ ମଧ୍ୟରେ ହଟ୍ଟଗୋଳ ଯୋଗୁ ମଙ୍ଗଳବାର ହେବାକୁ ଥିବା ଦିଲ୍ଲୀ ମେୟର ନିର୍ବାଚନ ଦ୍ୱିତୀୟ ଥର ପାଇଁ ଅଟକିଛି। ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ହାଉସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଏମ୍‌ସିଡି ନିର୍ବାଚନରେ ଏଏପି ବିଜୟୀ ହୋଇଥିଲା। ନିର୍ବାଚନକୁ ମାସେରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମେୟର ଓ ଡେପୁଟି ମେୟର ନିର୍ବାଚନ ହୋଇପାରୁ ନାହିଁ। ଗତ ୬ ତାରିଖରେ ୨୫୦ ସଦସ୍ୟ ବିଶିଷ୍ଟ ଏମ୍‌ସିଡି ହାଉସ୍‌ର ପ୍ରଥମ ବୈଠକ ବସିଥିଲା। ଭାଜପା ନିର୍ବାଚନ ହାରିଥିଲେ ମଧ୍ୟ ଏମ୍‌ସିଡିକୁ ନିୟନ୍ତ୍ରଣ କରିବା ଲାଗି ଉଦ୍ୟମ କରୁଥିବା ଅଭିଯୋଗ କରି ଏଏପି କାଉନ୍‌ସିଲରମାନେ ହଟ୍ଟଗୋଳ କରିବାରୁ ମେୟାର ନିର୍ବାଚନକୁ ୨୪ ତାରିଖକୁ ସ୍ଥଗିତ ରଖାଯାଇଥିଲା। ମଙ୍ଗଳବାର ମେୟର ନିର୍ବାଚନ ପାଇଁ କାଉନସିଲରମାନେ ଏକତ୍ରିତ ହୋଇଥିବାବେଳେ ଉପରାଜ୍ୟପାଳ ଭି.କେ. ସାକ୍ସେନା ନିଯୁକ୍ତ କରିଥିବା ପ୍ରିଜାଇଡିଂ ଅଫିସର ଭାଜପାର ସତ୍ୟ ଶର୍ମା ପ୍ରଥମେ ୧୦ ଜଣ ମନୋନୀତ କାଉନସିଲରଙ୍କୁ ଶପଥ ପାଠ କରାଇଥିଲେ। ୬ ତାରିଖ ବୈଠକ ଭଳି ଏଥର ମଧ୍ୟ ଏଏପି ଶର୍ମାଙ୍କ କାର୍ଯ୍ୟକୁ ବିରୋଧ କରିଥିଲା। ଏହାକୁ ନେଇ ହଟ୍ଟଗୋଳ ଜାରି ରହିବାରୁ ମେୟର ନିର୍ବାଚନ ହୋଇ ନ ପାରି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri