Posted inଜାତୀୟ

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଅଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ନବନିର୍ବାଚିତ ଏମ୍‌ସିଡିକୁ ୧୦ ସଦସ୍ୟ ମନୋନୀତ କରିବା ପରେ ମେୟର ନିର୍ବାଚନ ପରିଚାଳନା ଲାଗି ଗୁରୁବାର ଭାଜପା କାଉନସିଲର ସତ୍ୟ ଶର୍ମାଙ୍କୁ ପ୍ରିଜାଇଡିଂ ଅଫିସର ବା ଅସ୍ଥାୟୀ ବାଚସ୍ପତି ନିଯୁକ୍ତ କରିଛନ୍ତି। ଏହାକୁ ନେଇ ଏଏପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ସମସ୍ତ ଗଣତାନ୍ତ୍ରିକ ପରମ୍ପରା ଓ ଅନୁଷ୍ଠାନକୁ ଧ୍ୱଂସ କରିଦେବା ଲାଗି ଜାଣିଶୁଣି ଏଭଳି କାର୍ଯ୍ୟ କରାଯାଉଥିବା ଏଏପି ଅଭିଯୋଗ କରିଛି। ଏଭଳି ବେଆଇନ ଏବଂ ଅସାମ୍ବିଧାନିକ ବ୍ୟବହାରକୁ ନେଇ ଦିଲ୍ଲୀର ଶାସକ ଦଳ ଉପରାଜ୍ୟପାଳଙ୍କୁ ଚିଠି ଲେଖିଛି। ଉପରାଜ୍ୟପାଳ ସାକ୍ସେନା ଦିଲ୍ଲୀରେ ତାଙ୍କ ସରକାରକୁ ଅଣଦେଖା କରି କ୍ଷମତାର ଅପବ୍ୟବହାର କରୁଥିବା ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସରକାରଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବା ଏବଂ ପ୍ରଶାସନରେ ମୁଣ୍ଡ ଖେଳାଇବାରେ ଉପରାଜ୍ୟପାଳ କୌଣସି ଉଦ୍ୟମକୁ ହାତଛଡ଼ା କରୁନାହାନ୍ତି। ମେୟର ନିର୍ବାଚନକୁ ପ୍ରଭାବିତ କରିବା ଲାଗି ସାକ୍ସେନା ଉଦ୍ଦେଶ୍ୟମୂଳକ ଭାବେ ୧୦ ଜଣଙ୍କୁ ଏମ୍‌ସିଡିକୁ ମନୋନୀତ କରି ଏହାକୁ ଭାଜପା ସପକ୍ଷରେ ନେବାକୁ ଉଦ୍ୟମ କରୁଛନ୍ତି ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri