Posted inଜାତୀୟ

ଆଜି ଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୬।୧(ପି.ଟି.): ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ (ଏମ୍‌ସିଡି) ମେୟର ନିର୍ବାଚନ ଶୁକ୍ରବାର ହେବାକୁ ଥିବାବେଳେ ଏହା ଦିନକ ପୂର୍ବରୁ ଉପରାଜ୍ୟପାଳ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଅଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ନବନିର୍ବାଚିତ ଏମ୍‌ସିଡିକୁ ୧୦ ସଦସ୍ୟ ମନୋନୀତ କରିବା ପରେ ମେୟର ନିର୍ବାଚନ ପରିଚାଳନା ଲାଗି ଗୁରୁବାର ଭାଜପା କାଉନସିଲର ସତ୍ୟ ଶର୍ମାଙ୍କୁ ପ୍ରିଜାଇଡିଂ ଅଫିସର ବା ଅସ୍ଥାୟୀ ବାଚସ୍ପତି ନିଯୁକ୍ତ କରିଛନ୍ତି। ଏହାକୁ ନେଇ ଏଏପି ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ସମସ୍ତ ଗଣତାନ୍ତ୍ରିକ ପରମ୍ପରା ଓ ଅନୁଷ୍ଠାନକୁ ଧ୍ୱଂସ କରିଦେବା ଲାଗି ଜାଣିଶୁଣି ଏଭଳି କାର୍ଯ୍ୟ କରାଯାଉଥିବା ଏଏପି ଅଭିଯୋଗ କରିଛି। ଏଭଳି ବେଆଇନ ଏବଂ ଅସାମ୍ବିଧାନିକ ବ୍ୟବହାରକୁ ନେଇ ଦିଲ୍ଲୀର ଶାସକ ଦଳ ଉପରାଜ୍ୟପାଳଙ୍କୁ ଚିଠି ଲେଖିଛି। ଉପରାଜ୍ୟପାଳ ସାକ୍ସେନା ଦିଲ୍ଲୀରେ ତାଙ୍କ ସରକାରକୁ ଅଣଦେଖା କରି କ୍ଷମତାର ଅପବ୍ୟବହାର କରୁଥିବା ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସରକାରଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରିବା ଏବଂ ପ୍ରଶାସନରେ ମୁଣ୍ଡ ଖେଳାଇବାରେ ଉପରାଜ୍ୟପାଳ କୌଣସି ଉଦ୍ୟମକୁ ହାତଛଡ଼ା କରୁନାହାନ୍ତି। ମେୟର ନିର୍ବାଚନକୁ ପ୍ରଭାବିତ କରିବା ଲାଗି ସାକ୍ସେନା ଉଦ୍ଦେଶ୍ୟମୂଳକ ଭାବେ ୧୦ ଜଣଙ୍କୁ ଏମ୍‌ସିଡିକୁ ମନୋନୀତ କରି ଏହାକୁ ଭାଜପା ସପକ୍ଷରେ ନେବାକୁ ଉଦ୍ୟମ କରୁଛନ୍ତି ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri