Posted inଜାତୀୟ

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପା-ଏଏପି କାଉନସିଲର ମୁହାଁମୁହିଁ

ନୂଆଦିଲ୍ଲୀ,୬।୧: ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି ସିଭିକ ସେଣ୍ଟରରେ ଅନୁଷ୍ଠିତ ବୈଠକ ବେଳେ ଏଏପି ଏବଂ ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଜଣେ ଏଏପି କାଉନସିଲରଙ୍କ ହାତରେ ଆଘାତ ଲାଗିବା ସହ ଶାର୍ଟ ଚିରିଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ମତଦାନ କେନ୍ଦ୍ରରେ ଆମ୍‌ ଆଦମୀ ପାର୍ଟି (ଏଏପି) କାଉନସିଲରମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଅନ୍ୟପକ୍ଷେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ସତ୍ୟ ଶର୍ମାଙ୍କୁ ଅସ୍ଥାୟୀ ବାଚସ୍ପତି ନିଯୁକ୍ତିକୁ ବିରୋଧ କରି ଏଏପି ସଦସ୍ୟ ଗୃହର ମଧ୍ୟଭାଗକୁ ଚାଲିଆସି ହୋହଲ୍ଲା କରିଛନ୍ତି । ମେୟର ନିର୍ବାଚନ ପୂର୍ବରୁ କାଉନସିଲରମାନେ ଅସ୍ଥାୟୀ ବାଚସ୍ପତିଙ୍କ ଦ୍ୱାରା ଶପଥ ନେବାର ଥିଲା। ପୂର୍ବରୁ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ମେୟର ନିର୍ବାଚନ ପରିଚାଳନା ଲାଗି ଗୁରୁବାର ଭାଜପା କାଉନସିଲର ସତ୍ୟ ଶର୍ମାଙ୍କୁ ପ୍ରିଜାଇଡିଂ ଅଫିସର ବା ଅସ୍ଥାୟୀ ବାଚସ୍ପତି ନିଯୁକ୍ତି କରିଥିଲେ। ଏହାକୁ ନେଇ ଏଏପି ବିରୋଧ କରି ପ୍ରତିକ୍ରିୟା ପ୍ରକାଶ କରିଛି। ଗଣତାନ୍ତ୍ରିକ ପରମ୍ପରାକୁ ନଷ୍ଟ କରିବା ଲାଗି ଜାଣିଶୁଣି ଏଭଳି କାର୍ଯ୍ୟ କରାଯାଉଥିବା ଏଏପି ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri