Posted inଜାତୀୟ

ଦିଲ୍ଲୀ ମେୟର ନିର୍ବାଚନରେ ଭାଜପା-ଏଏପି କାଉନସିଲର ମୁହାଁମୁହିଁ

ନୂଆଦିଲ୍ଲୀ,୬।୧: ଶୁକ୍ରବାର ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେଶନ(ଏମ୍‌ସିଡି) ମେୟର ନିର୍ବାଚନରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଉଭୟେ ଉଭୟଙ୍କୁ ଟାର୍ଗେଟ କରି ବିଭିନ୍ନ ସ୍ଲୋଗାନ ଦେବାରୁ ଭାଜପା ଏବଂ ଏଏପି କାଉନସିଲରଙ୍କ ମଧ୍ୟରେ ଠେଲାଠେଲି ଭଳି ପରିସ୍ଥିତି ଦେଖାଦେଇଥିଲା। ଏପରିକି ସିଭିକ ସେଣ୍ଟରରେ ଅନୁଷ୍ଠିତ ବୈଠକ ବେଳେ ଏଏପି ଏବଂ ଭାଜପା କର୍ମୀ ମୁହାଁମୁହିଁ ହୋଇଥିଲେ। ଏଥିରେ ଜଣେ ଏଏପି କାଉନସିଲରଙ୍କ ହାତରେ ଆଘାତ ଲାଗିବା ସହ ଶାର୍ଟ ଚିରିଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ମତଦାନ କେନ୍ଦ୍ରରେ ଆମ୍‌ ଆଦମୀ ପାର୍ଟି (ଏଏପି) କାଉନସିଲରମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
ଅନ୍ୟପକ୍ଷେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ସତ୍ୟ ଶର୍ମାଙ୍କୁ ଅସ୍ଥାୟୀ ବାଚସ୍ପତି ନିଯୁକ୍ତିକୁ ବିରୋଧ କରି ଏଏପି ସଦସ୍ୟ ଗୃହର ମଧ୍ୟଭାଗକୁ ଚାଲିଆସି ହୋହଲ୍ଲା କରିଛନ୍ତି । ମେୟର ନିର୍ବାଚନ ପୂର୍ବରୁ କାଉନସିଲରମାନେ ଅସ୍ଥାୟୀ ବାଚସ୍ପତିଙ୍କ ଦ୍ୱାରା ଶପଥ ନେବାର ଥିଲା। ପୂର୍ବରୁ ଭି.କେ. ସାକ୍ସେନା ଏବଂ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ମଧ୍ୟରେ ବିବାଦ ତୀବ୍ର ହୋଇଛି। ଉପରାଜ୍ୟପାଳ ମେୟର ନିର୍ବାଚନ ପରିଚାଳନା ଲାଗି ଗୁରୁବାର ଭାଜପା କାଉନସିଲର ସତ୍ୟ ଶର୍ମାଙ୍କୁ ପ୍ରିଜାଇଡିଂ ଅଫିସର ବା ଅସ୍ଥାୟୀ ବାଚସ୍ପତି ନିଯୁକ୍ତି କରିଥିଲେ। ଏହାକୁ ନେଇ ଏଏପି ବିରୋଧ କରି ପ୍ରତିକ୍ରିୟା ପ୍ରକାଶ କରିଛି। ଗଣତାନ୍ତ୍ରିକ ପରମ୍ପରାକୁ ନଷ୍ଟ କରିବା ଲାଗି ଜାଣିଶୁଣି ଏଭଳି କାର୍ଯ୍ୟ କରାଯାଉଥିବା ଏଏପି ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?