Posted inଜାତୀୟ

ସୁପ୍ରିମକୋର୍ଟରେ ଏଏପିର ବଡ଼ ବିଜୟ

ନୂଆଦିଲ୍ଲୀ,୧୮ା୨: ମେୟର ନିର୍ବାଚନରେ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି)ର ମନୋନୀତ ସଦସ୍ୟମାନେ ଭୋଟ ଦେଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ରାୟ ଭାଜପାକୁ ଶକ୍ତ ଝଟକା ଦେଇଥିବାବେଳେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପାଇଁ ବଡ଼ ବିଜୟ ସାବ୍ୟସ୍ତ ହୋଇଛି।
ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହ ଏବଂ ଜେ.ବି. ପର୍ଡିଓ୍ବାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଦିଲ୍ଲୀ ମେୟର ନିର୍ବାଚନ ଏମ୍‌ସିଡିର ପ୍ରଥମ ବୈଠକରେ ହେବ। ମେୟର ନିର୍ବାଚିତ ହେବା ପରେ ସେ ଡେପୁଟି ମେୟରର ନିର୍ବାଚନ କରାଇବେ। ଆମେ ଉଭୟ ପକ୍ଷଙ୍କ ଓକିଲଙ୍କ ଯୁକ୍ତି ଶୁଣିଛୁ। ମ୍ୟୁନିସିପାଲ କର୍ପୋରେଶନ୍‌ ପକ୍ଷରୁ ବଢ଼ାଯାଇଥିବା ଯୁକ୍ତିକୁ ଆମେ ଗ୍ରହଣ କରିପାରିବୁ ନାହିଁ। ମନୋନୀତ ସଦସ୍ୟମାନଙ୍କ ମତଦାନ ଅଧିକାର ନାହିଁ ବୋଲି ସାମ୍ବିଧାନିକ କଟକଣା ରହିଛି। ପ୍ରଥମ ବୈଠକରେ ହିଁ ଏହି ବାରଣ ଲାଗୁ ହେବ। ମେୟର ନିର୍ବାଚନ ଏବଂ ଏମ୍‌ସିଡିର ପ୍ରଥମ ବୈଠକ ପାଇଁ ୨୪ ଘଣ୍ଟା ମଧ୍ୟରେ ନୋଟିସ ଜାରି କରାଯିବ। କେତେ ତାରିଖରେ ମେୟର, ଡେପୁଟି ମେୟର କିମ୍ବା ଷ୍ଟାଣ୍ଡିଂ କମିଟି ସଦସ୍ୟମାନଙ୍କ ନିର୍ବାଚନ ହେବ ତାହା ଉକ୍ତ ନୋଟିସରେ ଉଲ୍ଲେଖ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ପ୍ରକାଶ ଯେ, ଦିଲ୍ଲୀର ଶାସକ ଏଏପି ପକ୍ଷରୁ ମେୟର ପ୍ରାର୍ଥୀ ହୋଇଥିବା ଶେଲି ଓବରୟ ଶୀଘ୍ର ନିର୍ବାଚନ କରାଇବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ୮ ତାରିଖରେ ସର୍ବୋଚ୍ଚ ଅଦାଲତ ଉପରାଜ୍ୟପାଳଙ୍କ ଅଫିସ, ଏମ୍‌ସିଡି ପ୍ରୋଟେମ୍‌ ପ୍ରିଜାଇଡିଂ ଅଫିସର ସତ୍ୟ ଶର୍ମା ଓ ଅନ୍ୟମାନଙ୍କୁ ଓବରୟଙ୍କ ଆବେଦନ ଉପରେ ଜବାବ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ମିଶ୍ରଣ ପର୍ବ: ୭୦୦ରୁ ଅଧିକ ଜଣ ସାମିଲ

ହାଟଡିହୀ/ଛେନାପଦୀ, ୨୨।୫ (ଶୁଭକାନ୍ତ ନାୟକ / ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ଭାଜପା ପକ୍ଷରୁ ବିଧାନସଭା ନେତା ଆଲୋକ ସେଠୀଙ୍କ ନେତୃତ୍ୱରେ…

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri