Posted inଜାତୀୟ

ଦିଲ୍ଲୀ ମେୟର ନିର୍ବାଚନର ଠିକ ପୂର୍ବରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କଲା ଭାଜପା, ନିର୍ବିରୋଧରେ ଜିତିଲେ ଏଏପି ପ୍ରାର୍ଥୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ନଗର ନିଗମର ମେୟର ତଥା ଡେପୁଟି ମେୟର ପଦ ପାଇ’ଁବୁଧବାର ଭୋଟ ଗ୍ରହଣ କରାଯିବାର ଥିଲା। ଏଥର ୬ ଥର କାଉନସିଲର ତଥା ଏଏପି ନେତା ମୁକେଶ ଗୋୟଲଙ୍କୁ ଏମସିଡି ସଦନ ଚଳାଇବା ପାଇଁ ପ୍ରିଜାଇଡିଂ ଅଫିସର କରାଯାଇଥିଲା। ତାଙ୍କ ନାମର ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଏଲଜି ବା ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କ ନିକଟକୁ ପଠାଇଥିଲେ। ଦୁଇ ଦିନ ପୂର୍ବରୁ ଏଲଜି ତାଙ୍କ ନାମ ଉପରେ ସହମତି ପ୍ରକାଶ କରଥିଲେ।
ହେଲେ ବୁଧବାର ନିର୍ବାଚନ ହେବାର ଠିକ ପୂର୍ବରୁ ଭାଜପା ପ୍ରାର୍ଥୀ ତାଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ନେଇଥିବା ଜଣାପଡିଛି। ଫଳରେ ଆମ ଆଦମୀ ମାର୍ଟି(ଏଏପି) ପ୍ରାର୍ଥୀ ନିର୍ବିରୋଧରେ ବିଜୟି ହୋଇଛନ୍ତି। ଡ. ଶୈଲି ଓବରୟ ଦ୍ୱିତୀୟ ଥର ମେୟର ଓ ଆଲେ ମହମ୍ମଦ ଇକବାଲ ଦ୍ୱିତୀୟ ଥର ଡେପୁଟି ମେୟର ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କେଜରିଓ୍ବାଲ ଟୁଇଟ କରି ଲେଖିଛନ୍ତି, ଏଥର ନିର୍ବିରୋଧରେ ମେୟର ଓ ଡେପୁଟି ମେୟର ହୋଇଥିବା ଶୈଲି ଓ ଏଲେଙ୍କୁ ଶୁଭକାମନା। ଲୋକଙ୍କର ଆମ ଉପରେ ଅନେକ ଆଶା ରହିଛି। ସେମାନଙ୍କ ଆଶା ପୂରଣ କରିବାକୁ କଠିନ ପରିଶ୍ରମ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

ନେପାଳ ବନ୍ୟା; ମୃତ୍ୟୁସଂଖ୍ୟା ୩୯୨କୁ ବୃଦ୍ଧି, ୨୯୦ ଭାରତୀୟ ନିଖୋଜ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୮।୮(ପି.ଟି.): ନେପାଳ-ତିବ୍ବତ ସୀମାନ୍ତରେ ସୃଷ୍ଟ ଆକସ୍ମିକ ବନ୍ୟାରେ ସ୍ଥିତି ଅତ୍ୟନ୍ତ ସଙ୍କଟଜନକ ହୋଇପଡ଼ିଛି। ନୂତନ ତଥ୍ୟ ଅନୁଯାୟୀ ମୋଟ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୩୯୨ରେ ପହଞ୍ଚିଛି, ଯେଉଁଥିରୁ…

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri