Posted inଜାତୀୟ

ସ୍କୁଲ, ସିନେମା ହଲ୍‌ ବନ୍ଦ

ନୂଆଦିଲ୍ଲୀ, ୨୮ା୧୨: ଦିଲ୍ଲୀରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ମଙ୍ଗଳବାର ୟେଲୋ ଆଲର୍ଟ ଜାରି କରିଛନ୍ତି। ଏହି ଆଲର୍ଟ ଅନୁସାରେ ଦିଲ୍ଲୀରେ ସମସ୍ତ ସ୍କୁଲ, କଲେଜ, ସିନମୋ ହଲ୍‌, ଜିମ୍‌ ସେଣ୍ଟର ଆଦି ବନ୍ଦ ରହିବ।

ସେହିପରି ଅତ୍ୟାବଶ୍ୟକ ଦୋକାନଗୁଡ଼ିକୁ ଛାଡ଼ି ଅନ୍ୟ ଦୋକାନବଜାର ଯୁଗ୍ମ-ଅଯୁଗ୍ମ ଆଧାରରେ ସକାଳ ୧୦ଟାରୁ ସନ୍ଧ୍ୟା ୮ଟା ଯାଏ ଖୋଲିବ। ମେଟ୍ରୋ ଟ୍ରେନ୍‌, ବସ୍‌ଗୁଡ଼ିକରେ ୫୦ ପ୍ରତିଶତ ଯାତ୍ରୀ ଯିବାଆସିବା କରିପାରିବେ। ରାତି ୧୦ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି ରହିବ। ଜରୁରିକାଳୀନ ଅଫିସ୍‌ଗୁଡ଼ିକୁ ଛାଡ଼ି ଅନ୍ୟ ସମସ୍ତ ଘରୋଇ କାର୍ଯ୍ୟାଳୟଗୁଡ଼ିକରେ ୫୦ ପ୍ରତିଶତ କର୍ମଚାରୀ କାମ କରିବେ। ବିବାହ, ଶୁଦ୍ଧିକ୍ରିୟା ଭଳି କାର୍ଯ୍ୟକ୍ରମରେ ୨୦ ଜଣରୁ ଅଧିକ ଲୋକେ ଏକାଠି ହୋଇପାରିବେ ନାହିଁ। ସେହିପରି ରେଷ୍ଟୁରାଣ୍ଟ, ବାର ମଧ୍ୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ବୋଲି କୁହାଯାଇଛି। ଗତ ୬ ମାସ ମଧ୍ୟରେ ସୋମବାର ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୩୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ କେବଳ ଓମିକ୍ରନ୍‌ ସଂକ୍ରମଣ ୧୬୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri