Posted inଜାତୀୟ

ସାଧାରଣତନ୍ତ୍ର ଦିବସ ପୂର୍ବରୁ ବଢିଲା ରାଜପଥର ସୁରକ୍ଷା: ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୧୮ ।୧: ପାଖେଇ ଆସିଲାଣି ସାଧାରଣତନ୍ତ୍ର ଦିବସ । ଦିନକ ପୂର୍ବରୁ ରାଜଧାନୀ ଦିଲ୍ଲୀର ଗାଜିପୁର ଫୁଲ ମାର୍କେଟରୁ ଆଇଇଡି ମିଳିବା ପରେ ଏବେ ଦିଲ୍ଲୀ ପୋଲିସ ସକ୍ରିୟ ହୋଇ ଉଠିଛି । ରାଜପଥ ଓ ଏହାର ଆଖପାଖର ସୁରକ୍ଷାକୁ ବଢାଇ ଦିଆଯାଇଛି । ସାଧରଣତନ୍ତ୍ର ଦିବସକୁ ଆଖି ଆଗରେ ରଖି ପ୍ରାୟ ୩୦୦ ସିସିଟିଭି ଲଗାଯିବା ସହ ଚେହେରା ଚିହ୍ନିବା ସିଷ୍ଟମ ବି ଲଗାଯାଇଛି ।ସମାଚାର ଏଜେନ୍ସି ଏଏନ୍‌ଆଇର ସୂଚନା ଅନୁଯାୟୀ, ନୂଆଦିଲ୍ଲୀର ଡିସିପି ଦୀପକ ଯାଦବ କହିଛନ୍ତି, ଯବାନଙ୍କ ସୁରକ୍ଷା ଆତଙ୍କବାଦୀ ଆକ୍ରମଣ ସହ କୋଭିଡ-୧୯ ମାମଲା ଆମ ପାଇଁ ଚ୍ୟାଲେଞ୍ଜ ହୋଇଛି । ଏଥିପାଇଁ ସଭିଙ୍କୁ ସାବଧାନ ରହିବା ସହ ସୁରକ୍ଷାକୁ କଡାକଡି କରାଯାଇଛି । ସୂଚନାଯୋଗ୍ୟ, ଏଥର ଚେହେରା ଚିହ୍ନିବା ସିଷ୍ଟମରେ ୫୦ ହଜାର ସନ୍ଦିଗ୍ଧଙ୍କର ଡାଟାବେସ ସାଧାରଣତନ୍ତ୍ର ଦିବସରେ କେବଳ ୨୪ ହଜାର ଲୋକଙ୍କୁ ସାମିଲ କରାଯିବାର ବ୍ୟବସ୍ଥା କରାଯିବା ସହ ମାତ୍ର ୪ ହଜାର ଟିକେଟ ସାଧାରଣ ଲୋକଙ୍କ ପାଇଁ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri