Posted inଜାତୀୟ

ମୁଣ୍ଡକା ଅଗ୍ନିକାଣ୍ଡରେ ପୋଲିସକୁ ବଡ ସଫଳତା: ବିଲଡିଂ ମାଲିକ ଗିରଫ

ନୂଆଦିଲ୍ଲୀ,୧୫ ।୫: ରାଜଧାନୀ ଦିଲ୍ଲୀର ମୁଣ୍ଡକା ଅଗ୍ନିକାଣ୍ଡରେ ପୋଲିସକୁ ବଡ ସଫଳତା ମିଳିଛି । ଉକ୍ତ ବିଲଡିଂର ମାଲିକ ମନିଷ ଲାକଡାଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟ ମୁଣ୍ଡକାରେ ଥିବା ଏକ କମର୍ସିଆଲ ବିଲଡିଂରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା । ଏଥିରେ ୨୭ ଜଣଙ୍କ ମୃତ୍ୟୁ ହୋଇଥିଲା । ପୋଲିସ ଏଫଆଇଆର୍‌ରେ କୁହାଯାଇଛି କି ବିଲଡିଂର ଦ୍ୱିତୀୟ ମହଲାରେ ଏକ ମିଟିଂ ଚାଲିଥିଲା, ଯେଉଁଥିରେ ବହୁ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ । ସେତିକି ବେଳେ ହିଁ ନିଆଁ ଲାଗିଯାଇଥିବାରୁ ବହୁ ଲୋକେ ଏଥିରେ ଫସି ଯାଇଥିଲେ । ଏହା ବ୍ୟତୀତ ବିଲଡିଂରେ କୌଣସି ଏମରଜେନ୍ସି ଏକ୍‌ଜିଟ ଗେଟ ବି ନ ଥିଲା ତେଣୁ ବଡ ଧରଣର ଦୁର୍ଘଟଣା ଘଟିଗଲା ।
ପୋଲିସ ଘରର ମାଲିକ ମନିଷ ଲାକଡା, ତାଙ୍କ ମାଆ ଓ ପତ୍ନୀଙ୍କ ବ୍ୟତୀତ ଘରକୁ ଭଡାରେ ନେଇଥିବା ଦୁଇ ଭାଇ ହରିଶ ଓ ବରୁଣ ଗୋୟଲଙ୍କ ବିରୋଧରେ ମାମଲା ରୁଜୁ କରିଛି । ଏଫଆଇଆର ଅନୁଯାୟୀ, ଗୋୟଲ ବନ୍ଧୁ ତାଙ୍କ କର୍ମଚାରୀଙ୍କ ସୁରକ୍ଷାରକୁ ଗୁରୁତ୍ୱ ଦେଇ ନ ଥିଲେ । ମୋଟିଭେଶନାଲ ପ୍ରୋଗ୍ରାମ ଚାଲୁଥିବାରୁ ବିଲଡିଂର ଦ୍ୱିତୀୟ ମହଲାରେ ବହୁ ସଂଖ୍ୟାରେ କର୍ମଚାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri