Posted inଜାତୀୟ

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ ଏଥର ମଧ୍ୟ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ଦିଲ୍ଲୀ ସରକାର ପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ପ୍ରଦୂଷଣ ହ୍ରାସ କରିବାକୁ ସରକାର ଏକାଧିକ ପଦକ୍ଷେପ ଘୋଷଣା କରିଛନ୍ତି । ଏଥିରେ ଡବଲ୍ ପାର୍କିଂ ଚାର୍ଜ, ୱର୍କ ଫ୍ରମ୍ ହୋମ୍ ଏବଂ କିଛି କନଷ୍ଟ୍ରକ୍ସନ୍-ଡିମୋଲିଶନ୍ କାମ ଉପରେ ରୋକ ଭଳି ବ୍ୟବସ୍ଥା ରହିଛି।

ଲୋକଙ୍କୁ ବ୍ୟକ୍ତିଗତ ଗାଡ଼ି କମ୍ ବ୍ୟବହାର କରିବା ଏବଂ ପବ୍ଲିକ୍ ଟ୍ରାନ୍ସପୋର୍ଟ ଓ ଘରୁ କାମ କରିବାକୁ ଉତ୍ସାହିତ କରିବା ପାଇଁ ପାର୍କିଂ ଚାର୍ଜ ବଢ଼ାଇବାର ବ୍ୟବସ୍ଥା କରାଯାଇଛି । ୧ ନଭେମ୍ବରରୁ ସରକାରୀ ଓ ବେସରକାରୀ କର୍ମଚାରୀଙ୍କ ୫୦ ପ୍ରତିଶତ କର୍ମଚାରୀଙ୍କ ପାଇଁ ୱର୍କ ଫ୍ରମ୍ ହୋମ୍ ବ୍ୟବସ୍ଥା ଲାଗୁ ହେବ । ଏହି ବ୍ୟବସ୍ଥା ୨୮ ଫେବ୍ରୁଆରୀ ୨୦୨୭ ପର୍ଯ୍ୟନ୍ତ ରହିବ । ଦିଲ୍ଲୀର ବିଭିନ୍ନ ସରକାରୀ ଅଫିସ୍‌ର ସମୟରେ ମଧ୍ୟ ପରିବର୍ତ୍ତନ ହେବ । ଦିଲ୍ଲୀ ନଗର ନିଗମ (MCD) ଅଧୀନ ଅଫିସ୍‌ ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ଦିଲ୍ଲୀ ସରକାରଙ୍କ ଅଧୀନ ଅଫିସ୍‌ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଚାଲିବ।

ପ୍ରଦୂଷଣ ବଢ଼ାଉଥିବା ଧୂଳିକୁ ନିୟନ୍ତ୍ରଣ କରିବା ପାଇଁ କିଛି ସମୟ ପାଇଁ ଏଭଳି କନଷ୍ଟ୍ରକ୍ସନ୍ ଓ ଡିମୋଲିଶନ୍ କାମ ଉପରେ ରୋକ ଲାଗିବ, ଯେଉଁଥିରୁ ଅଧିକ ଧୂଳି ଉଡ଼ିଥାଏ । ଗତ କିଛି ବର୍ଷ ଧରି ଦିଲ୍ଲୀରେ ଶୀତକାଳୀନ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏଥିରେ ଅଡ୍‌-ଇଭେନ୍‌ ଭଳି ବ୍ୟବସ୍ଥା ମଧ୍ୟ ରହିଛି।ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ କେବଳ ଗାଡ଼ିରୁ ବାହାରୁଥିବା ଧୂଆଁ ନୁହେଁ, ଧୂଳି, ଶିଳ୍ପ ପ୍ରଦୂଷଣ ଓ ଅନ୍ୟାନ୍ୟ ଉତ୍ସ ମଧ୍ୟ ଦାୟୀ ବୋଲି କୁହାଯାଏ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?