Posted inଜାତୀୟ

ଘନ କୁହୁଡି ଯୋଗୁ ୧୧୦ରୁ ଅଧିକ ବିମାନ, ୨୫ ଟ୍ରେନ ପ୍ରଭାବିତ

ନୂଆଦିଲ୍ଲୀ,୨୭।୧୨: ବଢୁଥିବା ଥଣ୍ଡା ମଧ୍ୟରେ ଦିଲ୍ଲୀ ସମେତ ପୂରା ଏନ୍‌ସିଆରରେ ଘନ କୁହୁଡି ଯାତାୟାତ ଉପରେ ପ୍ରଭାବ ପକାଉଛି। ଯାନବାହାନରେ ଯାତ୍ରା କରୁଥିବା ଲୋକମାନେ ଏହି ସମୟରେ ବିଶେଷ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଦିଲ୍ଲୀ-ନୋଏଡା ରାସ୍ତାରେ ବୁଧବାର ସକାଳେ ଘନ କୁହୁଡି ଦେଖାଯାଇଛି।

ଜାନୁୟାରୀ ପାଖେଇ ଆସୁଛି ଏବଂ ଡିସେମ୍ବର ପ୍ରାୟ ଶେଷ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ଦିଲ୍ଲୀ-ଏନସିଆରରେ ଶୀତଲହର ଜାରି ରହିଛି। ଶୀତଦିନେ ଘନ କୁହୁଡି ଲୋକଙ୍କ ପାଇଁ ଅସୁବିଧାର କାରଣ ପାଲଟିଛି। ଏପରିକି କୁହୁଡି କାରଣରୁ ଦୁର୍ଘଟଣାର ଭୟ ମଧ୍ୟ ରହିଥାଏ। ଆଜି ଦିଲ୍ଲୀ-ଏନସିଆରର ଅଧିକାଂଶ ସ୍ଥାନରେ ଘନ କୁହୁଡି ଦେଖାଯାଇଛି। ଗୋଟିଏ ପଟେ ଶୀତ ହେତୁ ତାପମାତ୍ରା ହ୍ରାସ ପାଉଥିବା ବେଳେ ଅନ୍ୟ ପଟେ କମ ଦୃଶ୍ୟମାନତା ଯୋଗୁ ଫ୍ଲାଇଟ୍‌ ଏବଂ ଟ୍ରେନ ମଧ୍ୟ ବିଳମ୍ବ ହେଉଛି।

ବୁଧବାର ଦିଲ୍ଲୀ ବିମାନବନ୍ଦରରେ ୧୧୦ରୁ ଅଧିକ ବିମାନ ପ୍ରଭାବିତ ହୋଇଛି। ଏଥି ସହିତ ଉତ୍ତର ରେଲଓ୍ବେ କହିଛି ଯେ, ଦିଲ୍ଲୀ ଅଭିମୁଖେ ଯାଉଥିବା ୨୫ଟି ଟ୍ରେନ ବିଳମ୍ବରେ ଚାଲୁଛି। କହିରଖୁଛୁ ଯେ, ଶୀତଲହର ଜାରି ରହିଥିବାରୁ ଜାତୀୟ ରାଜଧାନୀରେ ଅତ୍ୟଧିକ ଘନ କୁହୁଡି ସମ୍ବନ୍ଧରେ ପାଣିପାଗ ବିଭାଗ ଏକ ରେଡ ଆଲର୍ଟ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri