Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବାପରେ ଆଦର୍ଶ ଭୁଲିଯାଇଛନ୍ତି କେଜ୍‌ରିଓ୍ବାଲ: ଆନ୍ନା ହଜାରେ

ନୂଆଦିଲ୍ଲୀ,୩୦।୮: ଦିଲ୍ଲୀରେ ଅବକାରୀ ନୀତିକୁ ନେଇ ଖୋଳତାଡ ଆରମ୍ଭ ହୋଇଛି। ଏସବୁ ଭିତରେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ ଆମ ଆଦମୀ ପାର୍ଟି ନେତା ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ଆନ୍ନା ମଦ୍ୟପାନ ସହ ଜଡିତ ସମସ୍ୟା ଏବଂ ଏହାର ପରାମର୍ଶ ଦେଇଛନ୍ତି।
ଚିଠିରେ ଆନ୍ନା ହଜାରେ ଲେଖିଛନ୍ତି- ‘ସ୍ବରାଜ’ ନାମକ ପୁସ୍ତକରେ ଆପଣ(କେଜ୍‌ରିୱାଲ) କେତେ ଆଦର୍ଶ ଜିନିଷ ଲେଖିଥିଲେ। ସେତେବେଳେ ଆପଣଙ୍କଠାରୁ ବହୁତ ଆଶା ଥିଲା। କିନ୍ତୁ ରାଜନୀତିରେ ପ୍ରବେଶ କରିବା ଏବଂ ମୁଖ୍ୟମନ୍ତ୍ରୀ ହେବା ପରେ ଆପଣ ଆଦର୍ଶ ଭୁଲିଯାଇଥିବା ପରି ମନେହୁଏ। ଦିଲ୍ଲୀ ରାଜ୍ୟରେ ଆପଣଙ୍କ ସରକାର ଏକ ନୂତନ ମଦ ଅବକାରୀ ପ୍ରସ୍ତୁତ କରିଛନ୍ତି। ଏଥିରେ ମଦ୍ୟପାନ ଏବଂ ମଦ ବିକ୍ରୟକୁ ଉତ୍ସାହିତ କରାଯାଇଛି। ଏହି ଜିନିଷ ଜନସାଧାରଣଙ୍କ ସ୍ବାର୍ଥରେ ନୁହେଁ। ଯେପରି ମଦ୍ୟପାନର ଏକ ନିଶା, ସେହିଭଳି ଶକ୍ତିର ନିଶା ମଧ୍ୟ ଅଛି। ଆପଣ ହିପରି ଶକ୍ତିର ନିଶାରେ ବୁଡି ରହିଛନ୍ତି।

ସୂଚନାଯୋଗ୍ୟ,ଦିଲ୍ଲୀରେ ଅବକାରୀ ନୀତିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ବଳରେ ସିବିଆଇ ମାମଲା କରିବା ସହ ସିସୋଡିଆ ଓ ଅନ୍ୟ କିଛି ଅଧିକାରୀଙ୍କ ଘରେ ରେଡ କରିଥିଲା। ସିବିଆଇ ପରେ ଏବେ ଇଡି ମଧ୍ୟ ମାମଲା ରୁଜୁ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛି। ଏହାକୁ ନେଇ ଭାଜପା ଓ ଏଏପି ମଧ୍ୟରେ ବାକଯୁଦ୍ଧ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?