Posted inଜାତୀୟ

ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ଅଧିକାରୀଙ୍କ ସହ ସ୍ତ୍ରୀ ଥାନାରେ ଅଟକ

ନୂଆଦିଲ୍ଲୀ,୨୧।୮: ଜଣେ ଦ୍ୱାଦଶ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରିଥିବା ନେଇ ଦିଲ୍ଲୀ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ ନାମରେ ମାମଲା ରୁଜୁ ହୋଇଛି। ପୋଲିସ ପୋକ୍ସୋ ଆକ୍ଟ ଅନୁସାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ପୋଲିସ ସମ୍ପୃକ୍ତ ଅଧିକାରୀ ଏବଂ ତାଙ୍କ ସ୍ତ୍ରୀଙ୍କୁ ଅଟକ ରଖି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅଧିକାରୀଙ୍କ ସ୍ତ୍ରୀ ମଧ୍ୟ ମାମଲାରେ ସମ୍ପୃକ୍ତ ଥିବାରୁ ପୋଲିସ ତାଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରିଛି।

ପୋଲିସ ସୂଚନା ମୁତାବକ, ୨୦୨୦ରେ ଛାତ୍ରୀଙ୍କ ବାପାଙ୍କ ମୃତ୍ୟୁ ଘଟିଥିଲା। ବାପାଙ୍କ ମୃତ୍ୟୁ ପରେ ଛାତ୍ରୀ ଜଣକ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ଛାତ୍ରୀଙ୍କ ବାପା ଓ ଅଧିକାରୀଙ୍କ ମଧରେ ଭଲ ବନ୍ଧୁତା ରହିଥିଲା। ଏଭଳି ସ୍ଥିତିରେ ଦିନେ ଛାତ୍ରୀଙ୍କୁ ଚର୍ଚ୍ଚରେ ଅଧିକାରୀ ଜଣକ ସାକ୍ଷାତ କରିଥିଲେ। ପରେ ସେ ଛାତ୍ରୀଙ୍କୁ ଆଶ୍ୱାସନା ଦେବା ସହ ଘରକୁ ନେଇ ଯାଇଥିଲେ। ପରେ ଅଧିକାରୀ ଜଣକ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକା ଜଣକ ଗର୍ଭବତୀ ହୋଇଥିଲେ। ଏହା ଜାଣିବା ପରେ ଅଧିକାରୀ ଜଣକ ଛାତ୍ରୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ।

ଘଟଣା ସମ୍ପର୍କରେ ନାବାଳିକା ଜଣକ ଅଧିକାରୀଙ୍କ ସ୍ତ୍ରୀଙ୍କୁ ଅବଗତ କରାଇଥିଲେ। ହେଲେ ମହିଳା ଜଣକ ସହାୟତା କରିବା ବଦଳରେ ଗର୍ଭନଷ୍ଟ କରିବାକୁ ଛାତ୍ରୀଙ୍କୁ ଔଷଧ ଦେଇଥିଲେ। ବର୍ତ୍ତମାନ ନାବାଳିକା ଛାତ୍ରୀ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସୁସ୍ଥ ହେବା ପରେ ନାବାଳିକାଙ୍କ ବୟାନ ରେକର୍ଡ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri