Posted inଜାତୀୟ

ସିଗାରେଟ୍‌ ପାଇଁ ୧୦ ଟଙ୍କା ନ ଦେବାରୁ ନାବାଳକଙ୍କୁ ପିଟିପିଟି ମାରିଦେଲେ

ନୂଆଦିଲ୍ଲୀ,୮।୬: ଦିଲ୍ଲୀର ଆନନ୍ଦ ପ୍ରଭାତ ଅଞ୍ଚଳରେ ଏକ ଜଘନ୍ୟ ଘଟଣା ଘଟିଛି। ସିଗାରେଟ୍‌ ଟାଣିବାକୁ ୧୦ ଟଙ୍କା ନ ଦେବାକୁ ଜଣେ ନାବାଳକଙ୍କ ହତ୍ୟା କରାଯାଇଛି। ଏହା ପରେ ମୃତକଙ୍କ ପର୍ସ ଲୁଟ କରି ନିଆଯାଇଛି।
ପୋଲିସର ସୂଚନାନୁସାରେ, ସୋମବାର ସନ୍ଧ୍ୟାରେ ଆନନ୍ଦ ପ୍ରଭାତ ପୋଲିସ ଷ୍ଟେଶନରେ ଜଣେ ବାଳକର ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବାର ଦେଖିବାକୁ ମିଳିଥିଲା। ମୃତକଙ୍କ ଜଣଙ୍କ ହେଲେ ବିଜୟ (୧୭ ବର୍ଷ)। ବିଜୟ ଆନନ୍ଦ ପର୍ବତର ବଲଜିତ ନଗର ଅଞ୍ଚଳରେ ପରିବାର ସହିତ ରହୁଥିଲେ। ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।
ପୋଲିସ ଏହି ଘଟଣାର ଖୁଲାସା କରି ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ରହିଛି। ଅଭିଯୁକ୍ତଙ୍କ ନିକଟରୁ ଅପରାଧରେ ବ୍ୟବହୃତ ଛୁରୀ ବ୍ୟତୀତ ବିଜୟଙ୍କ ଟୋପି ଏବଂ ପର୍ସ ଲୁଟି ନେଇଥିବା ପୋଲିସ ମଧ୍ୟ ଜବତ କରିଛି। ଘଟଣା ଦିନ ଅଭିଯୁକ୍ତମାନେ ସିଗାରେଟ ଟାଣିବା ପାଇଁ ସୋନୁଙ୍କୁ ୧୦ ଟଙ୍କା ମାଗିଥିଲେ। ସେ ନ ଦେବାକୁ ଛୁରି ଭୁସି ତାଙ୍କୁ ହତ୍ୟା କରିଥିଲେ।
ପୋଲିସ ସିସିଟିଭି ଫୁଟେଜ ଯାଞ୍ଚ କରି ଅଭିଯୁକ୍ତମାନଙ୍କୁ ଧରିଥିଲା।

ବି.ଦ୍ର: ସିଗାରେଟ ଟାଣିବା ସ୍ବାସ୍ଥ୍ୟ ପକ୍ଷେ ହାନିକାରକ


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri