Posted inଜାତୀୟ

ଗୁଜରାଟର ଏଏପି ମୁଖ୍ୟ ଗୋପଳ ଇଟାଲିଆଙ୍କୁ ଅଟକ ରଖିଛି ପୋଲିସ, ଏନସିଡବ୍ଲୁ କାର୍ଯ୍ୟାଳୟ ଆଗରେ କରୁଥିଲେ ପ୍ରଦର୍ଶନ

ନୂଆଦିଲ୍ଲୀ,୧୩ ।୧୦: ଦିଲ୍ଲୀ ପୋଲିସ ଗୁରୁବାର ଆମ ଆଦମୀ ପାର୍ଟି(ଏଏପି) ଗୁଜରାଟର ଅଧ୍ୟକ୍ଷ ଗୋପାଳ ଇଟାଲିଆଙ୍କୁ ରାଷ୍ଟ୍ରୀୟ ମହିଳା ଆୟୋଗଙ୍କ କାର୍ଯ୍ୟାଳୟ ନିକଟରୁ ନେଇ ଅଟକ ରଖିଛି । ଗୋପାଳ ଇଟାଲିଆଙ୍କୁ ପୋଲିସ ତା’ ଜିପରେ ବସାଇ ନେଇ ଯାଇଥିବା ଦେଖାଯାଇଥିଲା । ଏହା ପୂର୍ବରୁ ଏଏପି କର୍ମୀମାନେ ଏନସିଡବ୍ଲୁ(ରାଷ୍ଟ୍ରୀୟ ମହିଳା ଆୟୋଗ)ର ଅଧ୍ୟକ୍ଷା ରେଖା ଶର୍ମାଙ୍କ କାର୍ଯ୍ୟାଳୟ ବାହାରେ ବିରୋଧ ପ୍ରଦର୍ଶନ କରୁଥିଲେ ।

ଏନସିଡବ୍ଲୁ ଗୁରୁବାର ଏକ ଭିଡିଓ ସମ୍ପର୍କରେ ଗୁଜରାଟ ଏଏପି ମୁଖ୍ୟ ଇଟାଲିଆଙ୍କୁ ଡକାଇଥିଲା । ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପର୍କରେ ଅପମାନଜନକ ଶବ୍ଦ ବ୍ୟବହାର କରିଥିବା ଦେଖାଯାଇଥିଲା । ଏହି ସମ୍ପର୍କରେ ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ରେଖା ଶର୍ମା କହିଥିଲେ ଜବାବ ପ୍ରସ୍ତୁତ ହୋଇ ରହିଛି ।
ରେଖା ଶର୍ମା ଆହୁରି ମଧ୍ୟ କହିଛନ୍ତି, ଉକ୍ତ ଭିଡିଓରେ ସେ ତାଙ୍କ ଉପସ୍ଥିତିକୁ ଅସ୍ୱୀକାର କରି ଦେଇଛନ୍ତି । ହେଲେ ଏହାର ଜବାବରେ ସେ ଟୁଇଟ କରିଥିବା ସ୍ୱୀକାର କରିଛନ୍ତି । ସେ ଭିଡିଓରେ ନାହାନ୍ତି ବୋଲି ଦାବି କରିଛନ୍ତି । ତାଙ୍କର ବୟାନ ଓ ଲିଖିତ ବୟାନ ମେଳ ଖାଉନହିଁ । ସେ ଉପଯୁକ୍ତ ଜବାବ ଦେଉ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri