Posted inଜାତୀୟ

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା ରୁଜୁ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ (MoD) ରୁ ଆବଶ୍ୟକୀୟ ମଞ୍ଜୁରୀ ମିଳିବା ପୂର୍ବରୁ ପୁସ୍ତକଟିର ବିଷୟବସ୍ତୁ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଏହି ମାମଲାର ତଦନ୍ତ କରୁଛି। କିଛି ୱେବସାଇଟ୍ ଏବଂ ଅନଲାଇନ୍ ସପିଂ ପ୍ଲାଟଫର୍ମରେ ପୁସ୍ତକର PDF ଏବଂ କଭର ପେଜ୍ ଉପଲବ୍ଧ ହେଉଥିବା ପୋଲିସ ନଜରକୁ ଆସିଛି।

ଗତ ସପ୍ତାହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସଂସଦରେ ଏହି ପୁସ୍ତକର ଏକ କପି ପ୍ରଦର୍ଶନ କରିବା ପରେ ବିବାଦ ତେଜିଥିଲା। ଏହି ପ୍ରସଙ୍ଗରେ ହଟ୍ଟଗୋଳ ଯୋଗୁଁ ଲୋକସଭାର ୮ ଜଣ ସାଂସଦଙ୍କୁ ଚଳିତ ବଜେଟ୍ ଅଧିବେଶନରୁ ନିଲମ୍ବିତ କରାଯାଇଛି।

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହି ପୁସ୍ତକର ସରକାରୀ ସ୍ୱୀକୃତିକୁ ନେଇ ପ୍ରଶ୍ନ ଉଠାଇଥିବା ବେଳେ ପୋଲିସ କହିଛି ଯେ ପେଙ୍ଗୁଇନ୍ ରାଣ୍ଡମ ହାଉସ୍ ଦ୍ୱାରା ପ୍ରସ୍ତୁତ ଏହି ବହିଟି ଏପର୍ଯ୍ୟନ୍ତ ‘କ୍ଲିୟରାନ୍ସ’ ପାଇନାହିଁ।

ସୋମବାର ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଏହି ପୁସ୍ତକରେ ଥିବା ତଥ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୟ କରୁଛନ୍ତି, ସେଥିପାଇଁ ସେ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ହେଉଥିବା ଆଲୋଚନାରେ ଭାଗ ନେଉନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?