Posted inଜାତୀୟ

ଅଫ୍‌ତାବଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ: କୋର୍ଟ ଦେଲେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲା ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ଏଭଳି ସ୍ଥିତିରେ ଅଭିଯୁକ୍ତ ଅଫ୍‌ତାବଙ୍କ ନାର୍କୋ ଟେଷ୍ଟ ପୂର୍ବରୁ ପଲିଗ୍ରାଫ୍‌ ଟେଷ୍ଟ କରିବାକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ସୋମବାର ଦିଲ୍ଲୀ ପୋଲିସ ସାକେତ କୋର୍ଟରେ ଶ୍ରଦ୍ଧା ହତ୍ୟାକାଣ୍ଡ ମାମଲାର ଅଭିଯୁକ୍ତ ଅଫ୍‌ତାବଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ ଆବେଦନ କରିଥିଲା। ପଚରାଉଚରା ବେଳେ ଅଫ୍‌ତାବ କେତେକ ପ୍ରଶ୍ନର ବିଭ୍ରାନ୍ତିକର ଉତ୍ତର ଦେଉଥିବା ନେଇ ଉକ୍ତ ଆବେଦନରେ ଉଲ୍ଲେଖ କରାଯାଇଛି। ତେବେ ପୋଲିସର ଏହି ଆବେଦନକୁ କୋର୍ଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାପରେ ଅଫ୍‌ତାବଙ୍କ ନାର୍କୋ ଟେଷ୍ଟ ପୂର୍ବରୁ ହେବାକୁ ଥିବା ପଲିଗ୍ରାଫ୍‌ ଟେଷ୍ଟ ପାଇଁ ଏବେ ସମସ୍ତ ବାଟ ଫିଟିଯାଇଛି। ସୂଚନା ମୁତାବକ, ଦିଲ୍ଲୀ ପୋଲିସ ଏପର୍ଯ୍ୟନ୍ତ ଶ୍ରଦ୍ଧାଙ୍କ ପ୍ରାୟ ୧୩ଟି ହାଡ଼ ଓ ମୁହଁର କିଛି ଅଂଶ ପାଇଛି। ଏହି ସବୁର ଯାଞ୍ଚ ପାଇଁ ସିଏଫ୍‌ଏସ୍‌ଏଲ୍‌କୁ ପଠାଯାଇଛି। ଅଫ୍‌ତାବଙ୍କ ନାର୍କୋ ଓ ପଲିଗ୍ରାଫ୍‌ ଟେଷ୍ଟ ଏଫ୍‌ଏସ୍‌ଏଲ୍‌ରେ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri