Posted inଜାତୀୟ

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନଜରବନ୍ଦୀ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ବିରୋଧ ପ୍ରଦର୍ଶନ କରିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏହାକୁ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ସମର୍ଥନ ଜଣାଇଛନ୍ତି । ଏଥିପାଇଁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି । ରାଜଧାନୀ ଦିଲ୍ଲୀକୁ ଲାଗି ରହିଥିବା ସିନ୍ଧୁ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଥିବା ବେଳେ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିୱାଲ ସେମାନଙ୍କୁ ଭେଟିବାକୁ ଯାଇଥିଲେ । ଆଉ ଏହା ପରେ ଦିଲ୍ଲୀ ପୋଲିସ ପକ୍ଷରୁ କେଜରିୱାଲଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଜଣାପଡିଛି । ଏଏପି ପକ୍ଷରୁ ମଙ୍ଗଳବାର ଟୁଇଟ୍ କରି ଏହି ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, କେନ୍ଦ୍ର କୃଷି ଆଇନକୁ ବିରୋଧ କରିଥିବା କୃଷକମାନେ ୫ ଥର କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ହୋଇପାରିନାହିଁ । ବୁଧବାର ପୁଣିଥରେ ସେମାନେ କେନ୍ଦ୍ର ସରକାରଙ୍କ ସହ କଥା ହେବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri