ମନି ଲଣ୍ଡରିଂ ମାମଲାରେ ନୋରାଙ୍କୁ ଜେରା କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩ ।୯: ମନି ଲଣ୍ଡରିଂ ମାମଲାରେ କେତେଜଣ ବଲିଉଡ କଳାକାର ନାଁ ସାମ୍ନାକୁ ଆସିବା ପରେ ଲାଗାତାର ଏହାକୁ ନେଇ ଚର୍ଚ୍ଚା ଜାରି ରହୁଛି । ଜ୍ୟାକଲିନ ଫର୍ନାଡିଜଙ୍କ ପରେ ଦିଲ୍ଲୀ ପୋଲିସର ଇଓଡବ୍ଲ୍ୟୁ(ଆର୍ଥିକ ଅପରାଧ ଶାଖା) ମନି ଲଣ୍ଡରିଂ ମାମଲାରେ ଜେଲରେ ବନ୍ଦଥିବା ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ମାମଲାକୁ ନେଇ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହିଙ୍କୁ ଜେରା କରିଛି । ତେବେ ପଚରା ଉଚରା ସମୟରେ ଦିଲ୍ଲୀ ପୋଲିସ ହାତରେ କି ତଥ୍ୟ ଲାଗିଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡି ନାହିଁ । ସୂଚନାଯୋଗ୍ୟ, ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଅଭିନେତ୍ରୀଙ୍କୁ ଏହି ପଚରାଉଚରା ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କୁ ବେଲ୍ ଦେବା ନାଁରେ ୨୦୦ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖର ମାମଲାରେ କରାଯାଇଛି ।

ସୂଚନାଯୋଗ୍ୟ, ୨୦୦ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ସୁକେଶ ଚନ୍ଦ୍ରଶେଖର ଜ୍ୟାକଲିନ ଫର୍ନାଡିଜ, ନୋରା ଫତେହି ଓ ଲିନା ମାରିଆ ସମେତ ବଲିଉଡର କେତେଜଣ ନାମୀ କଳାକାରଙ୍କ ପଛରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ । ଅଭିଯୁକ୍ତ ସୁକେଶ ଏମାନଙ୍କୁ କୋଟି କୋଟି ଟଙ୍କାର ଉପହାର ବି ଦେଇଛନ୍ତି । ଫଳରେ ଏବେ କେତେଜଣ ଅଭିନେତ୍ରୀ ସରକାରୀ ଏଜେନ୍ସିଙ୍କ ଟାର୍ଗେଟକୁ ଆସିଯାଇଛନ୍ତି । ଦିଲ୍ଲୀ ପୋଲିସର ଆର୍ଥିକ ଅପରାଧ ଶାଖା ଏହି ମାମଲାରେ ସର୍ବପ୍ରଥମେ ଏଫଆଇଆର ଦାଖଲ କରିଥିଲା । ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲା ଦାୟର କରିଥିଲା । ଦିଲ୍ଲୀ ପୋଲିସ ଏହି ମାମଲାରେ ଲିନାଙ୍କୁ ବି ଅଭିଯୁକ୍ତ ବୋଲି କହିଛି । ଏବେ ଦିଲ୍ଲୀ ପୋଲିସ ନୋରା ଫତେହିଙ୍କୁ ପଚାରା ଉଚରା କରିଛି । ପୋଲିସ କହିଛି ନୋରା ପାଖାପାଖି ଦିନ ୧୨ଟାରେ ଇଓଡବ୍ଲ୍ୟୁ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ସମୟରେ ତାଙ୍କୁ ୫୦ରୁ ଅଧିକ ପ୍ରଶ୍ନ ପଚରା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri