ମନି ଲଣ୍ଡରିଂ ମାମଲାରେ ନୋରାଙ୍କୁ ଜେରା କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩ ।୯: ମନି ଲଣ୍ଡରିଂ ମାମଲାରେ କେତେଜଣ ବଲିଉଡ କଳାକାର ନାଁ ସାମ୍ନାକୁ ଆସିବା ପରେ ଲାଗାତାର ଏହାକୁ ନେଇ ଚର୍ଚ୍ଚା ଜାରି ରହୁଛି । ଜ୍ୟାକଲିନ ଫର୍ନାଡିଜଙ୍କ ପରେ ଦିଲ୍ଲୀ ପୋଲିସର ଇଓଡବ୍ଲ୍ୟୁ(ଆର୍ଥିକ ଅପରାଧ ଶାଖା) ମନି ଲଣ୍ଡରିଂ ମାମଲାରେ ଜେଲରେ ବନ୍ଦଥିବା ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ମାମଲାକୁ ନେଇ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହିଙ୍କୁ ଜେରା କରିଛି । ତେବେ ପଚରା ଉଚରା ସମୟରେ ଦିଲ୍ଲୀ ପୋଲିସ ହାତରେ କି ତଥ୍ୟ ଲାଗିଛି ସେ ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡି ନାହିଁ । ସୂଚନାଯୋଗ୍ୟ, ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଅଭିନେତ୍ରୀଙ୍କୁ ଏହି ପଚରାଉଚରା ରାନବାକ୍ସିର ପୂର୍ବତନ ପ୍ରମୋଟରଙ୍କୁ ବେଲ୍ ଦେବା ନାଁରେ ୨୦୦ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖର ମାମଲାରେ କରାଯାଇଛି ।

ସୂଚନାଯୋଗ୍ୟ, ୨୦୦ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗରେ ସୁକେଶ ଚନ୍ଦ୍ରଶେଖର ଜ୍ୟାକଲିନ ଫର୍ନାଡିଜ, ନୋରା ଫତେହି ଓ ଲିନା ମାରିଆ ସମେତ ବଲିଉଡର କେତେଜଣ ନାମୀ କଳାକାରଙ୍କ ପଛରେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଥିଲେ । ଅଭିଯୁକ୍ତ ସୁକେଶ ଏମାନଙ୍କୁ କୋଟି କୋଟି ଟଙ୍କାର ଉପହାର ବି ଦେଇଛନ୍ତି । ଫଳରେ ଏବେ କେତେଜଣ ଅଭିନେତ୍ରୀ ସରକାରୀ ଏଜେନ୍ସିଙ୍କ ଟାର୍ଗେଟକୁ ଆସିଯାଇଛନ୍ତି । ଦିଲ୍ଲୀ ପୋଲିସର ଆର୍ଥିକ ଅପରାଧ ଶାଖା ଏହି ମାମଲାରେ ସର୍ବପ୍ରଥମେ ଏଫଆଇଆର ଦାଖଲ କରିଥିଲା । ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମନି ଲଣ୍ଡରିଂ ମାମଲା ଦାୟର କରିଥିଲା । ଦିଲ୍ଲୀ ପୋଲିସ ଏହି ମାମଲାରେ ଲିନାଙ୍କୁ ବି ଅଭିଯୁକ୍ତ ବୋଲି କହିଛି । ଏବେ ଦିଲ୍ଲୀ ପୋଲିସ ନୋରା ଫତେହିଙ୍କୁ ପଚାରା ଉଚରା କରିଛି । ପୋଲିସ କହିଛି ନୋରା ପାଖାପାଖି ଦିନ ୧୨ଟାରେ ଇଓଡବ୍ଲ୍ୟୁ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ଏହି ସମୟରେ ତାଙ୍କୁ ୫୦ରୁ ଅଧିକ ପ୍ରଶ୍ନ ପଚରା ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?