Posted inଜାତୀୟ

ସାଧାରଣତନ୍ତ୍ର ଦିବସ ପାଇଁ ରାଜଧାନୀରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୭ ।୧: ସାଧାଣତନ୍ତ୍ର ଦିବସ ପାଇଁ ରାଜଧାନୀ ଦିଲ୍ଲୀରେ କଡା ସୁରକ୍ଷା ବ୍ୟବସ୍ଥାର ବନ୍ଦୋବସ୍ତ କରାଗଲାଣି । କୌଣସି ବି ଆକ୍ରମଣ ଘଟଣାକୁ ରୋକିବା ପାଇଁ ଦିଲ୍ଲୀ ପୋଲିସ ହାଇ ଆଲର୍ଟରେ ରହିଛି । ସାଧାରଣତନ୍ତ୍ର ଦିବସକୁ ନେଇ ପୋଲିସ ପକ୍ଷରୁ ନୂଆ ନିୟମ ବି ଲାଗୁ କରାଯାଇଛି । ଚଳିତ ବର୍ଷ ବିନା ଟିକେଟ ବା ନିମନ୍ତ୍ରଣ ପତ୍ର ବିନା ସାଧାରଣତନ୍ତ୍ର ଦିବସ ସମାରୋହରେ ପ୍ରବେଶ ଅନୁମତି ମିଳିବ ନାହିଁ । ବିନା ପରିଚୟ ପତ୍ରରେ ଟିକେଟ ମିଳିବ ନାହିଁ । ଦିଲ୍ଲୀ ସୀମାରେ ବି ପରିଚୟ ପତ୍ର ଦେଖାଇବା ଜରୁରୀ । ସେହି ପରିଚୟ ପତ୍ର ଯାହା ଟିକେଟ ନେବା ସମୟରେ ଦେଖାଇଥିବେ । ଅତିରିକ୍ତ ପୋଲିସ ଆୟୁକ୍ତ ଏସିପି ସିଦ୍ଧାର୍ଥ ଜୈନ କହିଛନ୍ତି ଆମ ପାଖରେ ଗୁପ୍ତ ସୂଚନା ରହିଛି କି ସାଧାରଣତନ୍ତ୍ର ଦିବସରେ ଖଲିସ୍ତାନି ସଙ୍ଗଠନ ଓ ଅଲକାଏଦା ସମେତ କିଛି ଆତଙ୍କବାଦୀ ସଙ୍ଗଠନ ବଡ ଧରଣର ଆକ୍ରମଣ ଯୋଜନାରେ ଅଛନ୍ତି । ଏଭଳି ଘଟଣାକୁ ଏଡାଇବାକୁ କିଛି ଅତିରିକ୍ତ ପଦକ୍ଷେପ ନିଆଯାଇଛି । ସେଥିପାଇଁ ବିଭିନ୍ନ ସ୍ଥାନରେ ଆତଙ୍କବାଦୀଙ୍କ ପୋଷ୍ଟର ଲଗାଯାଇଛି । ଦିଲ୍ଲୀ ପୋଲିସ ଯେଉଁମାନଙ୍କୁ ଖୋଜୁଛି ସେମାନଙ୍କ ପୋଷ୍ଟର ଭିଡ ସ୍ଥାନରେ ଲଗାଇ ଦିଆଯାଇଛି । କାରଣ ଦିଲ୍ଲୀ ପୋଲିସ ସନ୍ଦେହରେ ଅଛି କି ଏମାନେ ଯେ କୌଣସି ସମୟରେ କିଛି ବି ଘଟଣା ଘଟାଇ ପାରନ୍ତି । ସେସବୁ ପୋଷ୍ଟରରେ ଖଲିସ୍ତାନ ଜିନ୍ଦାବାଦ ଫୋର୍ସ, ଖଲିସ୍ତାନ କମାଣ୍ଡୋ ଫୋର୍ସ, ଖଲିସ୍ତାନ ଲିବରେଶନ ଫୋର୍ସ, ବବ୍ୱର ଖାଲସା ଇଣ୍ଟରନ୍ୟାଶନାଲ ଆତଙ୍କବାଦୀଙ୍କ ପୋଷ୍ଟର ରହିଛି । ଏହାସହ ଅଲ କାଏଦା ଓ ଇଣ୍ଡିଆନ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ପୋଷ୍ଟର ବି ଲଗାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri