Posted inଜାତୀୟ

ସରକାର ନେଲେ ବଡ଼ ପଦକ୍ଷେପ: ବିକ୍ଷୋଭସ୍ଥଳରୁ ସୋନମ ୱାଙ୍ଗଚୁକଙ୍କୁ ହଟାଇଲା ଦିଲ୍ଲୀ ପୋଲିସ, ଉଠାଇନେଇ…

ନୂଆଦିଲ୍ଲୀ, ୧୮।୭: NEET ପେପର ଲିକ୍‌ ଏବଂ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜନ୍ତର-ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଶିକ୍ଷାବିତ୍‌ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀ ପୋଲିସ ସେଠାରୁ ହଟାଇ ଦେଇଛି। ଚିକିତ୍ସା ପାଇଁ ଦିଲ୍ଲୀ ପୋଲିସ ତାଙ୍କୁ ଡାକ୍ତରଖାନା ନେଇଛି। ଗତ ୨୦ ଦିନ ହେବ ସୋନମ ୱାଙ୍ଗଚୁକ ଅନଶନରେ ବସିଥିଲେ।

ଏହି ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଅଭିଜିତ ଦୀପକେଙ୍କୁ ମଧ୍ୟ ଅଟକ ରଖାଯାଇଛି। ଅଭିଜିତ ଦୀପକେ ସୋସିଆଲ ମିଡିଆ ପୋଷ୍ଟରେ ଦିଲ୍ଲୀ ପୋଲିସ ଉପରେ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, “ଦିଲ୍ଲୀ ପୋଲିସ ମତେ ମାଡ଼ ମାରିଛି ଏବଂ ଅଟକ ରଖିଛି।”

କକରୋଚ ଜନତା ପାର୍ଟି (ସିଜେପି) ପ୍ରବକ୍ତା ସୌରଭ ଦାସ ଏହି ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଦିଲ୍ଲୀ ପୋଲିସ ଅଭିଜିତ ଦୀପକେଙ୍କୁ ତାଙ୍କ ରହିବା ସ୍ଥାନରେ ଅଟକାଇ ଦେଇଛି। ମତେ ଲୋକଙ୍କଠାରୁ ଜଣାପଡ଼ିଛି ଯେ ସୋନମ ୱାଙ୍ଗଚୁକଙ୍କୁ ବିକ୍ଷୋଭ ସ୍ଥଳରୁ ଉଠାଇ ନିଆଯାଇଛି। ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ କରାଯାଉଛି। ସୂଚନାଯୋଗ୍ୟ ଯେ, ସୋନମ ୱାଙ୍ଗଚୁକ ଜୁନ ୨୮ରୁ ଅନଶନରେ ବସିଛନ୍ତି।

ଜନ୍ତର-ମନ୍ତରରେ ସିଜେପି ନେତୃତ୍ୱରେ ଚାଲିଥିବା ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ୨୦ ଜୁଲାଇରେ ବିକ୍ଷୋଭକାରୀମାନେ ସଂସଦ ମାର୍ଚ୍ଚର ସୂଚନା ଦେଇଥିଲେ। ହେଲେ ଏହା ପୂର୍ବରୁ ହିଁ ସୋନମ ୱାଙ୍ଗଚୁକଙ୍କୁ ବିକ୍ଷୋଭ ସ୍ଥଳରୁ ହଟାଇ ଦିଆଯାଇଛି। ଅନ୍ୟପଟେ ଛାତ୍ରମାନଙ୍କୁ ମଧ୍ୟ ସେଠାରୁ ଚାଲିଯିବାକୁ କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri