Posted inଜାତୀୟ

ଦିଲ୍ଲୀ ପୋଲିସକୁ ସଫଳତା: ମୋଷ୍ଟଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨।୧୦: ଦିଲ୍ଲୀ ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ନ୍ୟାଶନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନଆଇଏ) ତାଲିକାରେ ମୋଷ୍ଟଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଥିବା ଶାହନଓ୍ବାଜଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ୍‌ ସେଲ୍‌ ଗିରଫ କରିଛି। ଶାହନଓ୍ବାଜଙ୍କ ଉପରେ ଏନଆଇଏ ୩ ଲକ୍ଷ ଟଙ୍କା ପୁରସ୍କାର ରଖିଥିଲା। ପଚରାଉଚରା ପରେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ପୋଲିସ ତିନିରୁ ଚାରି ଜଣଙ୍କୁ ମଧ୍ୟ ଅଟକ ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ପୁଣେ ଆଇଏସଆଇଏସ ମାମଲାରେ ଶାହନଓ୍ବାଜ୍‌ ସାମିଲ ଥିଲେ। ବୃତ୍ତି ଅନୁଯାୟୀ ଇଞ୍ଜିନିୟର ଶାହନୱାଜ ଦିଲ୍ଲୀର ବାସିନ୍ଦା। ସେ ପୁଣେ ପୋଲିସ ହେପାଜତରୁ ଫେରାର ହୋଇ ଦିଲ୍ଲୀରେ ରହୁଥିଲେ। ବର୍ତ୍ତମାନ ସୁଦ୍ଧା ପୋଲିସ ପଚରାଉଚରା ଜାରି ରଖିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଅନ୍ୟ କିଛି ଲୋକଙ୍କୁ ମଧ୍ୟ ଅଟକ ରଖିଛି। ବର୍ତ୍ତମାନ ଘଟଣାର ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri