Posted inଜାତୀୟ

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ ମଧ୍ୟ ସାମିଲ ହୋଇଛନ୍ତି। ତେବେ ଦିଲ୍ଲୀ ପୋଲିସ ଫିରୋଜ ଶାହା ରୋଡ୍‌ରେ ହିଁ କେଜ୍‌ରିୱାଲଙ୍କ ମାର୍ଚ୍ଚକୁ ଅଟକାଇ ଦେଇଛି। ଏହା ପରେ କେଜ୍‌ରିୱାଲ ଓ ତାଙ୍କ ସମର୍ଥକମାନେ ରାସ୍ତା ଉପରେ ଧାରଣାରେ ବସିଥିବା ଜଣାପଡିଛି।

ପୋଲିସର ଅଭିଯୋଗ ଅନୁସାରେ, ଏହି ମାର୍ଚ୍ଚ ପାଇଁ ଅରବିନ୍ଦ କେଜ୍‌ରିୱାଲ କୌଣସି ଅନୁମତି ନେଇନଥିଲେ। ଇଥାନଲ ମିଶ୍ରିତ ଇନ୍ଧନ (E20 ପେଟ୍ରୋଲ)କୁ ନେଇ ଆମ ଆଦମୀ ପାର୍ଟି ଏହି ଆନ୍ଦୋଳନ ଆରମ୍ଭ କରିଛି।

ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ, E20 ପେଟ୍ରୋଲକୁ ଦେଶବାସୀଙ୍କ ଉପରେ ଜବରଦସ୍ତି ଲାଗୁ କରାଯାଉଛି। ଏହା ଦ୍ୱାରା ସାଧାରଣ ଲୋକ ଏବଂ କୋଟି କୋଟି ଗାଡ଼ି ମାଲିକଙ୍କ ଉପରେ ଅତିରିକ୍ତ ଆର୍ଥିକ ବୋଝ ପଡ଼ିବ।

ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କୁ E20 ପେଟ୍ରୋଲ ଲାଗୁ କରିବା ପୂର୍ବରୁ ଦେଶର ସମସ୍ତ ପକ୍ଷଙ୍କ ସହ ଆଲୋଚନା କରିବା ଉଚିତ ଥିଲା। ଏହାର ଲାଭ ସହିତ କ୍ଷତି ସମ୍ପର୍କରେ ମଧ୍ୟ ଲୋକଙ୍କୁ ସୂଚନା ଦେବା ଆବଶ୍ୟକ ଥିଲା। କିନ୍ତୁ ସରକାର କେବଳ ନିଜ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହାକୁ ଜନସାଧାରଣଙ୍କ ଉପରେ ଲାଗୁ କରିଦେଇଛନ୍ତି ଏବଂ ଲୋକଙ୍କ ଚିନ୍ତାକୁ ଅଣଦେଖା କରିଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri