Posted inଜାତୀୟ

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ ସମନ ଜାରି କରିଛି। ତାଙ୍କ ସମେତ ତେଲଙ୍ଗାନାର ୪ ଜଣଙ୍କୁ ଏହି ମାମଲାରେ ନୋଟିସ ଜାରି କରାଯାଇ ତଦନ୍ତରେ ସାମିଲ ହେବାକୁ କୁହାଯାଇଛି।

ତେଲଙ୍ଗାନା କଂଗ୍ରେସର ଏକ୍ସ ହ୍ୟାଣ୍ଡେଲରେ ଶାହାଙ୍କ ସମ୍ପର୍କିତ ଭିଡିଓ ଶେୟାର କରାଯାଇଥିବା ଅଭିଯୋଗ ହୋଇଛି। ପରେ ଦଳର କେତେଜଣ ନେତା ଉକ୍ତ ଭିଡିଓକୁ ରିପୋଷ୍ଟ କରିଥିଲେ। ଅନୁସୂଚିତ ଜାତି/ଜନଜାତି, ଅନ୍ୟାନ୍ୟ ପଛୁଆ ବର୍ଗ ସଂରକ୍ଷଣ କୋଟା ହଟାଇବା ଭାଜପାର ଏଜେଣ୍ଡା ବୋଲି ଉକ୍ତ ଭିଡିଓରେ ଦର୍ଶାଯାଇଥିଲା।

କୋଟା ଉଚ୍ଛେଦ ସପକ୍ଷରେ ଶାହା କହୁଥିବାର ଭିଡିଓରେ ଦେଖିବାକୁ ମିଳିଥିଲା। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମରେ ଏଡିଟ୍‌ ହୋଇଥିବା ଉକ୍ତ ଭିଡିଓ ବ୍ୟାପକ ଭାବେ ପ୍ରସାରିତ ହେବା ପରେ ଭାଜପା ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅଭିଯୋଗ ଆଧାରରେ ଦିଲ୍ଲୀ ପୋଲିସ ଆଇପିସିର ବିଭିନ୍ନ ଦଫା ସମେତ ସୂଚନା ପ୍ରଯୁକ୍ତି ଆଇନର ଧାରା ୬୬ସି ଆଧାରରେ ମାମଲା ରୁଜୁ କରିଛି। ସୋସିଆଲ ମିଡିଆ ଏକ୍ସ ଏବଂ ଫେସ୍‌ବୁକ୍‌କୁ ମଧ୍ୟ ଦିଲ୍ଲୀ ପୋଲିସ ନୋଟିସ୍‌ ପଠାଇ ଭିଡିଓ ଅପ୍‌ଲୋଡ଼ ଏବଂ ଶେୟାର ହୋଇଥିବା ଆକାଉଣ୍ଟଗୁଡ଼ିକ ଉପରେ ତଥ୍ୟ ମାଗିଛି। ଏକ ନିର୍ବାଚନୀ ରାଲିରେ ଶାହା ଦେଇଥିବା ମୂଳ ଭାଷଣକୁ ବିକୃତ କରିବା ପାଇଁ ହେରଫେର କରାଯାଇଥିବା ଭାଜପା ଅଭିଯୋଗ କରିଛି।

କଂଗ୍ରେସ ଏଡିଟ୍‌ ହୋଇଥିବା ଏହି ଭିଡିଓକୁ ଭାଇରାଲ କରି ସମ୍ପୂର୍ଣ୍ଣ ମିଛ ଖବର ପ୍ରସାର କରାଉଛି, ଯାହାକି ବଡ଼ ଧରଣର ହିଂସା ସୃଷ୍ଟି କରିପାରେ। ଅନୁସୂଚିତ ଜାତି, ଜନଜାତି ଏବଂ ଓବିସିଙ୍କ ସଂରକ୍ଷଣ କୋଟାକୁ ହ୍ରାସ କରାଯାଇ ଧର୍ମ ଆଧାରରେ ମୁସଲମାନଙ୍କୁ ଦିଆଯାଇଥିବା ଅସାମ୍ବିଧାନିକ ସଂରକ୍ଷଣ ହଟାଇବା ସମ୍ପର୍କରେ ଶାହା କହିଥିଲେ। ଏହାକୁ ଏଡିଟ୍‌ କରାଯାଇଥିବା ଭାଜପା ମୁଖପାତ୍ର ଅମିତ୍‌ ମାଲବ୍ୟ ଅଭିଯୋଗ କରିଛନ୍ତି। କଂଗ୍ରେସର ଅନେକ ମୁଖପାତ୍ର ଉକ୍ତ ଫେକ୍‌ ଭିଡିଓକୁ ପୋଷ୍ଟ କରିଛନ୍ତି। ସେମାନେ ଆଇନଗତ ପରିଣାମ ପାଇଁ ପ୍ରସ୍ତୁତ ରହିବାକୁ ହେବ ବୋଲି ମାଲବ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ସୋନମ ୱାଙ୍ଗଚୁକଙ୍କ ଚାଞ୍ଚଲ୍ୟକର ଖୁଲାସା: ରାହୁଲ ଗାନ୍ଧୀଙ୍କ ହାତରୁ ପିଇଥାନ୍ତି ଜୁସ୍‌, ହେଲେ…

ନୂଆଦିଲ୍ଲୀ, ୭।୮: ସିଜେପି (CJP) ପ୍ରତିବାଦ ସମୟରେ ଅନଶନ କରିଥିବା ସୋନମ ୱାଙ୍ଗଚୁକ ଏକ ବଡ଼ ଖୁଲାସା କରିଛନ୍ତି। ଏହି ଖୁଲାସା ସହ ସେ ରାହୁଲ ଗାନ୍ଧୀଙ୍କ…

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri