Posted inଜାତୀୟ

ମହିଳା ଏମ୍‌ପିଙ୍କ ଡ୍ରେସ୍‌ ଚିରିିଦେଲା ପୋଲିସ!

ନୂଆଦିଲ୍ଲୀ,୧୬।୬:ନ୍ୟାଶନାଲ ହେରାଲ୍ଡ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ୪ ଦିନ ହେବ ପଚରାଉଚରା କରାଯାଉଛି। ଏହାକୁ ବିରୋଧ କରି କଂଗ୍ରେସ କର୍ମୀ ଓ ନେତାମାନେ ସାରା ଦେଶରେ ପ୍ରଦର୍ଶନ କରିଛନ୍ତି। ଇଡି ଅନୁସନ୍ଧାନ ଏବଂ କେନ୍ଦ୍ର ସରକାରଙ୍କ ମନୋଭାବ ବିରୋଧରେ ସେମାନେ ନିରନ୍ତର ବିରୋଧ କରୁଛନ୍ତି। ଜୁନ ୧୫ରେ ଦିଲ୍ଲୀରେ ପ୍ରଦର୍ଶନ ସମୟରେ ଦିଲ୍ଲୀ ପୋଲିସ କଂଗ୍ରେସ ଏମ୍‌ପି ଜୋଥିମାନିଙ୍କ ପୋଷାକ ଚିରି ତାଙ୍କ ଅଶ୍ଳୀଳ ବ୍ୟବହାର କରିଥିବା ସେ ଅଭିଯୋଗ କରିଛନ୍ତି। ସେ ଏହି ଘଟଣାକୁ ନେଇ ନିଜ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ତାଙ୍କର ଏହି ଟୁଇଟ୍‌କୁ କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ମଧ୍ୟ ଶେୟାର କରିଛନ୍ତି।

ଶେୟାର କରିଥିବା ଭିଡିଓରେ ଜୋଥିମାନି ଅଭିଯୋଗ କରିଛନ୍ତି ଯେ, ଦିଲ୍ଲୀ ପୋଲିସ କର୍ମଚାରୀ ତାଙ୍କ ପୋଷାକ ଚିରି ଜୋତା କାଢି ଫିଙ୍ଗି ଦେଇଛନ୍ତି। ପରେ ତାଙ୍କୁ ଅପରାଧୀ ପରି ଟାଣି ଟାଣି ନେଇଛନ୍ତି। ସେ ଏହି ଭିଡିଓ ଶେୟାର କରିବା ପରେ କଂଗ୍ରେସ କର୍ମୀ ଓ ନେତାମାନେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। କଂଗ୍ରେସର ବରିଷ୍ଠ ନେତା ଶଶି ଥରୁର ମଧ୍ୟ ତାଙ୍କର ଏହି ଭିଡିଓ ଶେୟାର କରି ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ଏନେଇ ଶଶି ଥରୁର କହିଛନ୍ତି, ଏହା କୌଣସି ଗଣତନ୍ତ୍ର ପାଇଁ ଅପମାନଜନକ। ଜଣେ ଲୋକ ସଭା ଏମ୍‌ପିଙ୍କ ସହ ଏଭଳି କାର୍ଯ୍ୟ ଘୃଣାର ବିଷୟ ଅଟେ। ଦିଲ୍ଲୀ ପୋଲିସର ଏହି କାର୍ଯ୍ୟକୁ ମୁଁ ନିନ୍ଦା କରୁଛି। ଏହି ପ୍ରସଙ୍ଗରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ପକ୍ଷରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।

https://twitter.com/ShashiTharoor/status/1537122107028652035


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?