Posted inଜାତୀୟ

ଆଫତାବଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଉପରକୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ, ୨୮।୧୧: ରାଜଧାନୀ ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଆଫତାବ ପୁନାଓ୍ବାଲାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୋମବାର ସନ୍ଧ୍ୟାରେ ପୋଲିସ ଭ୍ୟାନ୍‌ରେ ଆଫତାବଙ୍କୁ ଫୋରେନ୍ସିକ ସାଇନ୍ସ ଲାବରେଟୋରୀରୁ ଜେଲ ଅଭିମୁଖେ ନେଇ ଯାଉଥିବା ବେଳେ ଗୋଟିଏ କାର୍‌ରେ ୫ ଯୁବକ ଆସି ପୋଲିସ ଭ୍ୟାନ୍‌ ଆଗରେ ଗାଡ଼ି ରଖିଥିଲେ। ଜଣେ ଜଣେ ଯୁବକ ହାତରେ ଖଣ୍ଡା ଧରି ଭ୍ୟାନ୍‌ ଆଡକୁ ମାଡ଼ିଆସିଥିଲେ। ଏବଂ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଥିଲେ। ସମ୍ପୃକ୍ତ ଯୁବକ ତାଙ୍କୁ ଆଘାତ ଦେବା ଉଦ୍ଦେଶ୍ୟରେ ଏପରି କରିଥିବା ଜଣାପଡ଼ିଛି। ତେବେ ଭ୍ୟାନ୍‌ରେ ଥିବା ପୋଲିସ ଯୁବକଙ୍କୁ କାବୁ କରିବା ସହ ଆଫତାବ ସୁରକ୍ଷିତ ଥିବା କହିଛନ୍ତି। ଉକ୍ତ ଘଟଣାରେ ସମ୍ପୃକ୍ତ ଯୁବକଙ୍କ ମଧ୍ୟରୁ ୨ ଜଣଙ୍କୁ ପୋଲିସ ଅଟକ ରଖିଛି। ସମ୍ପୃକ୍ତ ଯୁବକମାନେ ହିନ୍ଦୁ ସେନା ସଂଗଠନର ହୋଇଥିବା ଜଣାପଡ଼ିଛି। ସଂଗଠନର ଜାତୀୟ ସଭାପତି ବିଷ୍ଣୁ ଗୁପ୍ତା କହିଛନ୍ତି, ଆଫତାବ ଯେଉଁଭଳି ଭାବେ ହିନ୍ଦୁ ଯୁବତୀ ଶ୍ରଦ୍ଧାଙ୍କୁ ହତ୍ୟା କରି ୩୫ଖଣ୍ଡ କରି ଫୋପାଡ଼ିବା ଘଟଣା ଦେଶବାସୀଙ୍କୁ ମର୍ମାହତ କରିଛି। ଯେଉଁପରି ଭାବେ ଶ୍ରଦ୍ଧାଙ୍କୁ ଆଫତାବ ହତ୍ୟା କରିଛି ସେଭଳି ଆଫତାବଙ୍କୁ ୭୦ଖଣ୍ଡ କରି ହତ୍ୟା କରାଯିବ ବୋଲି ଆକ୍ରମଣକାରୀ କହିଛନ୍ତି। ଅନ୍ୟପଟେ ଶ୍ରଦ୍ଧାଙ୍କ ମୃତଦେହକୁ କାଟିବାରେ ବ୍ୟବହାର କରାଯାଇଥିବା ଛୁରି ପୋଲିସକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri