Posted inଜାତୀୟ

ଆଫତାବଙ୍କୁ ନେଇ ଯାଉଥିବା ଭ୍ୟାନ୍‌ ଉପରକୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ, ୨୮।୧୧: ରାଜଧାନୀ ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଆଫତାବ ପୁନାଓ୍ବାଲାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୋମବାର ସନ୍ଧ୍ୟାରେ ପୋଲିସ ଭ୍ୟାନ୍‌ରେ ଆଫତାବଙ୍କୁ ଫୋରେନ୍ସିକ ସାଇନ୍ସ ଲାବରେଟୋରୀରୁ ଜେଲ ଅଭିମୁଖେ ନେଇ ଯାଉଥିବା ବେଳେ ଗୋଟିଏ କାର୍‌ରେ ୫ ଯୁବକ ଆସି ପୋଲିସ ଭ୍ୟାନ୍‌ ଆଗରେ ଗାଡ଼ି ରଖିଥିଲେ। ଜଣେ ଜଣେ ଯୁବକ ହାତରେ ଖଣ୍ଡା ଧରି ଭ୍ୟାନ୍‌ ଆଡକୁ ମାଡ଼ିଆସିଥିଲେ। ଏବଂ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଥିଲେ। ସମ୍ପୃକ୍ତ ଯୁବକ ତାଙ୍କୁ ଆଘାତ ଦେବା ଉଦ୍ଦେଶ୍ୟରେ ଏପରି କରିଥିବା ଜଣାପଡ଼ିଛି। ତେବେ ଭ୍ୟାନ୍‌ରେ ଥିବା ପୋଲିସ ଯୁବକଙ୍କୁ କାବୁ କରିବା ସହ ଆଫତାବ ସୁରକ୍ଷିତ ଥିବା କହିଛନ୍ତି। ଉକ୍ତ ଘଟଣାରେ ସମ୍ପୃକ୍ତ ଯୁବକଙ୍କ ମଧ୍ୟରୁ ୨ ଜଣଙ୍କୁ ପୋଲିସ ଅଟକ ରଖିଛି। ସମ୍ପୃକ୍ତ ଯୁବକମାନେ ହିନ୍ଦୁ ସେନା ସଂଗଠନର ହୋଇଥିବା ଜଣାପଡ଼ିଛି। ସଂଗଠନର ଜାତୀୟ ସଭାପତି ବିଷ୍ଣୁ ଗୁପ୍ତା କହିଛନ୍ତି, ଆଫତାବ ଯେଉଁଭଳି ଭାବେ ହିନ୍ଦୁ ଯୁବତୀ ଶ୍ରଦ୍ଧାଙ୍କୁ ହତ୍ୟା କରି ୩୫ଖଣ୍ଡ କରି ଫୋପାଡ଼ିବା ଘଟଣା ଦେଶବାସୀଙ୍କୁ ମର୍ମାହତ କରିଛି। ଯେଉଁପରି ଭାବେ ଶ୍ରଦ୍ଧାଙ୍କୁ ଆଫତାବ ହତ୍ୟା କରିଛି ସେଭଳି ଆଫତାବଙ୍କୁ ୭୦ଖଣ୍ଡ କରି ହତ୍ୟା କରାଯିବ ବୋଲି ଆକ୍ରମଣକାରୀ କହିଛନ୍ତି। ଅନ୍ୟପଟେ ଶ୍ରଦ୍ଧାଙ୍କ ମୃତଦେହକୁ କାଟିବାରେ ବ୍ୟବହାର କରାଯାଇଥିବା ଛୁରି ପୋଲିସକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri