Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା ପାଇଁ କେଉଁସବୁ କାର୍ଯ୍ୟ ଯୋଜନା କରାଯାଇଛି ତାହା ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କୁ ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସିଜେଆଇ ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠରେ ଶୁଣାଣି ବେଳେ ଅତିରିକ୍ତ ସିଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭଟି ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏକ୍ୟୁଆଇ ମ୍ୟାନେଜମେଣ୍ଟ କମିଶନ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ ଯେ, ଯାନବାହନ ଚଳାଚଳଜନିତ ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନ୍‌ସିଆର୍‌ରେ ସବୁଠୁ ବିପଜ୍ଜନକ। ଏକ୍ୟୁଆଇରେ ସୁଧାର ଆଣିବା ପାଇଁ ସିଏକ୍ୟୁଏମ୍‌ ୧୫ଟି ପଦକ୍ଷେପ ସୁପାରିସ କରିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri