Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା ପାଇଁ କେଉଁସବୁ କାର୍ଯ୍ୟ ଯୋଜନା କରାଯାଇଛି ତାହା ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କୁ ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସିଜେଆଇ ସୂର୍ଯ୍ୟ କାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠରେ ଶୁଣାଣି ବେଳେ ଅତିରିକ୍ତ ସିଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭଟି ସରକାରଙ୍କ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏକ୍ୟୁଆଇ ମ୍ୟାନେଜମେଣ୍ଟ କମିଶନ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ ଯେ, ଯାନବାହନ ଚଳାଚଳଜନିତ ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନ୍‌ସିଆର୍‌ରେ ସବୁଠୁ ବିପଜ୍ଜନକ। ଏକ୍ୟୁଆଇରେ ସୁଧାର ଆଣିବା ପାଇଁ ସିଏକ୍ୟୁଏମ୍‌ ୧୫ଟି ପଦକ୍ଷେପ ସୁପାରିସ କରିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri