Posted inଖେଳ

ଦିଲ୍ଲୀ-ପଞ୍ଜାବ ମ୍ୟାଚ୍‌ ଅଧାରୁ ବନ୍ଦ: ଜାଣନ୍ତୁ ଏହା ପଛର କାରଣ

ଧର୍ମାଶାଳା,୮ା୫: ଧର୍ମଶାଳାରେ ଗୁରୁବାର ଖେଳାଯାଉଥିବା ପଞ୍ଜାବ କିଙ୍ଗ୍ସ(ପିବିକେଏସ୍‌) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଅଧାରୁ ବନ୍ଦ ହୋଇଯାଇଛି। ମ୍ୟାଚ୍‌କୁ ସୁରକ୍ଷାଗତ କାରଣରୁ ଅଧାରୁ ବାତିଲ କରି ଦିଆଯାଇଥିବା ସୂଚନା ଦିଆଯାଇଛି। ଷ୍ଟାଡିୟମର ସମସ୍ତ ଲାଇଟ ବନ୍ଦ କରାଯାଇଥିବା ବେଳେ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି।

ବର୍ଷା ଯୋଗୁ ୧ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିବା ମ୍ୟାଚ୍‌ରେ ମାତ୍ର ୧୦.୧ ଓଭର ପର୍ଯ୍ୟନ୍ତ ଖେଳାଯାଇଥିଲା। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ମ୍ୟାଚ୍‌ ବାଧାପ୍ରାପ୍ତ ହେଲା ବେଳକୁ ୧ ଉଇକେଟ ହରାଇ ୧୨୨ ରନ କରିଥିଲା। ପ୍ରଥମେ ଫ୍ଲଡ ଲାଇଟ୍‌ରେ ଅସୁବିଧା ଥିବା ଦର୍ଶାଇ ମ୍ୟାଚ୍‌କୁ ବନ୍ଦ କରାଯାଇଥିଲା। ପରେ ଷ୍ଟାଡିୟମର ବଳକା ଥିବା ସମସ୍ତ ଫ୍ଲଡ ଲାଇଟ୍‌କୁ ବନ୍ଦ କରାଯାଇଥିଲା।

ଟସ୍‌ ଜିତି ପଞ୍ଜାବ ଅଧିନାୟକ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ଦୁଇ ଓପନର ପ୍ରିୟାଂଶ ଆର୍ଯ୍ୟ ଓ ପ୍ରଭସିମରନ ସିଂ ସଠିକ ପ୍ରମାଣ କରିବା ସହ ପଞ୍ଜାବକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ପ୍ରଥମ ଉଇକେଟ ପାଇଁ ୧୨୨ ରନ ଯୋଡ଼ିଥିଲେ। ପ୍ରିୟାଂଶ ଆର୍ଯ୍ୟ ୩୪ ବଲରେ ୫ ଚୌକା ଓ ୬ ଛକା ସହିତ ୭୦ ରନ କରି ଆଉଟ୍‌ ହୋଇଥିବା ବେଳେ ପ୍ରଭସିମରନ ସିଂ ୨୮ ବଲରେ ୭ ଚୌକା ସହିତ ୫୦ ରନ କରି ଅପରାଜିତ ରହିଥିଲେ। ଦିଲ୍ଲୀ ପକ୍ଷରୁ ଟି ନଟରାଜନ ଏକମାତ୍ର ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri