Posted inଖେଳ

ଦିଲ୍ଲୀ-ପଞ୍ଜାବ ମ୍ୟାଚ୍‌ ଅଧାରୁ ବନ୍ଦ: ଜାଣନ୍ତୁ ଏହା ପଛର କାରଣ

ଧର୍ମାଶାଳା,୮ା୫: ଧର୍ମଶାଳାରେ ଗୁରୁବାର ଖେଳାଯାଉଥିବା ପଞ୍ଜାବ କିଙ୍ଗ୍ସ(ପିବିକେଏସ୍‌) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଅଧାରୁ ବନ୍ଦ ହୋଇଯାଇଛି। ମ୍ୟାଚ୍‌କୁ ସୁରକ୍ଷାଗତ କାରଣରୁ ଅଧାରୁ ବାତିଲ କରି ଦିଆଯାଇଥିବା ସୂଚନା ଦିଆଯାଇଛି। ଷ୍ଟାଡିୟମର ସମସ୍ତ ଲାଇଟ ବନ୍ଦ କରାଯାଇଥିବା ବେଳେ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି।

ବର୍ଷା ଯୋଗୁ ୧ ଘଣ୍ଟା ବିଳମ୍ବରେ ଆରମ୍ଭ ହୋଇଥିବା ମ୍ୟାଚ୍‌ରେ ମାତ୍ର ୧୦.୧ ଓଭର ପର୍ଯ୍ୟନ୍ତ ଖେଳାଯାଇଥିଲା। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ମ୍ୟାଚ୍‌ ବାଧାପ୍ରାପ୍ତ ହେଲା ବେଳକୁ ୧ ଉଇକେଟ ହରାଇ ୧୨୨ ରନ କରିଥିଲା। ପ୍ରଥମେ ଫ୍ଲଡ ଲାଇଟ୍‌ରେ ଅସୁବିଧା ଥିବା ଦର୍ଶାଇ ମ୍ୟାଚ୍‌କୁ ବନ୍ଦ କରାଯାଇଥିଲା। ପରେ ଷ୍ଟାଡିୟମର ବଳକା ଥିବା ସମସ୍ତ ଫ୍ଲଡ ଲାଇଟ୍‌କୁ ବନ୍ଦ କରାଯାଇଥିଲା।

ଟସ୍‌ ଜିତି ପଞ୍ଜାବ ଅଧିନାୟକ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତିକୁ ଦୁଇ ଓପନର ପ୍ରିୟାଂଶ ଆର୍ଯ୍ୟ ଓ ପ୍ରଭସିମରନ ସିଂ ସଠିକ ପ୍ରମାଣ କରିବା ସହ ପଞ୍ଜାବକୁ ବିସ୍ଫୋରକ ଆରମ୍ଭ ପ୍ରଦାନ କରିଥିଲେ। ଦୁହେଁ ପ୍ରଥମ ଉଇକେଟ ପାଇଁ ୧୨୨ ରନ ଯୋଡ଼ିଥିଲେ। ପ୍ରିୟାଂଶ ଆର୍ଯ୍ୟ ୩୪ ବଲରେ ୫ ଚୌକା ଓ ୬ ଛକା ସହିତ ୭୦ ରନ କରି ଆଉଟ୍‌ ହୋଇଥିବା ବେଳେ ପ୍ରଭସିମରନ ସିଂ ୨୮ ବଲରେ ୭ ଚୌକା ସହିତ ୫୦ ରନ କରି ଅପରାଜିତ ରହିଥିଲେ। ଦିଲ୍ଲୀ ପକ୍ଷରୁ ଟି ନଟରାଜନ ଏକମାତ୍ର ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

ଉତ୍ତରପ୍ରଦେଶ ରାଜନୀତିରେ ବଡ଼ ହଲଚଲ: ନିର୍ବାଚନ ପୂର୍ବରୁ ରାଜନୀତିରୁ ସନ୍ନ୍ୟାସ ନେଲେ…

ନୂଆଦିଲ୍ଲୀ, ୧୦।୯: ବହୁଜନ ସମାଜ ପାର୍ଟି (BSP)ରେ ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କରିଛନ୍ତି ଅଶୋକ ସିଦ୍ଧାର୍ଥ। BSP ସୁପ୍ରିମୋ ମାୟାବତୀଙ୍କ ଭଣଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri