Posted inଜାତୀୟ

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା: ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି।  ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା ପାଇଁ ଥିବା ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା। ରାତି ପ୍ରାୟ ୧୦ଟା ବେଳେ ଟ୍ରେନ୍‌ ଧରିବା ପାଇଁ ୧୪ ଓ ୧୫ ନମ୍ବର ପ୍ଲାଟ୍‌ଫର୍ମରେ ଅନେକ ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିଲେ। ଗହଳି ଏବଂ ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଆହତଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହେଉ ବୋଲି ମୁଁ ପ୍ରାର୍ଥନା କରୁଛି। ଏହି ଦଳାଚକଟା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ କର୍ତ୍ତୃପକ୍ଷ ସହାୟତା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri