Posted inଜାତୀୟ

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା: ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୨: ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି।  ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା ପାଇଁ ଥିବା ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା। ରାତି ପ୍ରାୟ ୧୦ଟା ବେଳେ ଟ୍ରେନ୍‌ ଧରିବା ପାଇଁ ୧୪ ଓ ୧୫ ନମ୍ବର ପ୍ଲାଟ୍‌ଫର୍ମରେ ଅନେକ ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିଲେ। ଗହଳି ଏବଂ ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଆହତଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହେଉ ବୋଲି ମୁଁ ପ୍ରାର୍ଥନା କରୁଛି। ଏହି ଦଳାଚକଟା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ କର୍ତ୍ତୃପକ୍ଷ ସହାୟତା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?