Posted inଜାତୀୟ

୨୦୧୮ ପରେ ସବୁଠୁ ବଡ଼ ଝଡ଼: ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ସୋମବାର ୨ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ମଙ୍ଗଳବାର ଆଉଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଫଳରେ ମୃତ୍ୟୁ ସଂଖ୍ୟା ତିନିକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ କିଛି ଲୋକ ଆହତ ହୋଇଥିବା ଜଣାପଡିଛି। ୨୦୧୮ ପରେ ଦିଲ୍ଲୀରେ ଏହା ସବୁଠୁ ବଡ଼ ଝଡ଼ ବୋଲି ପାଣିପାଗ ବିଭାଗ କହିଛି।
a
ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ ୫୦ ବର୍ଷୀୟ ବ୍ୟକ୍ତି ବାଲକୋନିରୁ ଖସିପଡ଼ି ପ୍ରାଣ ହରାଇ ଥିବା ବେଳେ ଉତ୍ତର ଦିଲ୍ଲୀରେ ଜଣେ ୬୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେହିପରି ପଶ୍ଚିମ ଦିଲ୍ଲୀରୁ ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି।

ଝଡ଼ ତୋଫାନରେ ପ୍ରାୟ ୩୦୦ରୁ ଊର୍ଦ୍ଧ୍ୱ ଗଛ ଉପୁଡ଼ି ବିଭିନ୍ନ ଅଞ୍ଚଳରେ ଟ୍ରାଫିକ ଜାମ୍‌ ସୃଷ୍ଟି ହୋଇଛି। ଏପରି କିି ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଛି। ଝଡ଼ବର୍ଷା ସମୟରେ ପବନର ଘଣ୍ଟାପ୍ରତି ବେଗ ୧୦୦ କି.ମି ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri