Posted inଜାତୀୟ

ରେକର୍ଡ ଭାଙ୍ଗିଲା ବର୍ଷା: ବିମାନବନ୍ଦରରେ ଆଣ୍ଠୁଏ ପାଣି

ନୂଆଦିଲ୍ଲୀ, ୧୧।୯: ରାଜଧାନୀ ଦିଲ୍ଲୀରେ ୪୬ ବର୍ଷ ମଧ୍ୟରେ ସର୍ବାଧିକ ବର୍ଷା ହୋଇଛି। ଶୁକ୍ରବାରଠାରୁ ପ୍ରବଳ ବର୍ଷା ଲାଗିରହିବାରୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଅଧିକାଂଶ ଅଞ୍ଚଳ ବୁଡ଼ିଯାଇଥିଲା। ଶନିବାର ସକାଳେ ପୁଣି ପ୍ରବଳ ବର୍ଷା ଲାଗି ରହିଥିବାରୁ ୩ଟି ବିମାନ ବାତିଲ ହେବା ସହ ଅନ୍ୟ ୫ଟିକୁ ଜୟପୁର ଏବଂ ଅହମଦାବାଦକୁ ପଠାଇ ଦିଆଯାଇଥିଲା। ଦିଲ୍ଲୀ ବିମାନ ବନ୍ଦରର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେଠାରେ କାର୍‌ଗୁଡ଼ିକ ଅଧା ବୁଡ଼ିଯାଇଥିବା ଦେଖିବାକୁ ମିଳିଛି। ଲୋକେ ପାଣିରେ ପଶି ପ୍ରବେଶ ପଥ ନିକଟକୁ ଯାଉଛନ୍ତି। ବିମାନ ବନ୍ଦର ନିକଟରେ ଲକ୍‌ଜୁରି ହୋଟେଲ ଥିବା ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। କେବଳ ବିମାନବନ୍ଦର ନୁହେଁ ଦିଲ୍ଲୀର ମୋତିବାଗ୍‌ ଏବଂ ଆର୍‌କେ ପୁରମ୍‌, ମଧୁ ବିହାର, ହରି ନଗର, ରୋହତକ ରୋଡ୍‌, ବଦରପୁର, ସୋମ୍‌ ବିହାର, ରିଙ୍ଗ୍‌ରୋଡ୍‌, ବିକାଶ ମାର୍ଗ, ସଙ୍ଗମ୍‌ ବିହାର ସମେତ ବିଭିନ୍ନ ଅଞ୍ଚଳ ବର୍ଷାପାଣିରେ ବୁଡ଼ିଯାଇଛି।
୧୯୭୫ ପରେ ଦିଲ୍ଲୀରେ ପ୍ରଥମ ଥର ପାଇଁ ବର୍ଷା ୧୦୦୦ ମିଲିମିଟର ଅତିିକ୍ରମ କରିଛି। ବହୁ ରାସ୍ତା ପାଣିରେ ବୁଡ଼ିରହିବା ସହ ଖାଲୁଆ ଅଞ୍ଚଳରେ ଘର ଭୁଶୁଡ଼ି ପଡ଼ିଛି। ଭାଜପା ନେତା ତାଜିନ୍ଦର ପାଲ୍‌ ସିଂ ବଗା ରାସ୍ତାରେ ଡଙ୍ଗା ଚଳାଇଥିଲେ। ରାସ୍ତାରେ ଜମିଥିବା ବର୍ଷାପାଣିରେ ପିଲାମାନେ ପହଁରୁଥିବା ଦେଖାଯାଇଛି। ସଫଦରଜଙ୍ଗରେ ୨୪ ଘଣ୍ଟାରେ ସର୍ବାଧିକ ୯୪.୭ ମିଲିମିଟର ବର୍ଷା ହୋଇଛି। ଅଧିକ ବର୍ଷା ହେବାକୁ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri