ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଆସିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୩,୭୮୮ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୬୮ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ପାର କରିଛି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦,୩୯୦ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩୬୫କୁ ବୃଦ୍ଧି ପାଇଛି।

Share