ଦିଲ୍ଲୀରେ କମୁଛି କରୋନା ଦୈନିକ ସଂକ୍ରମଣ: ହେଲେ ଦେଶର ଏହି ଅଞ୍ଚଳ ବଢ଼ାଉଛି ଚିନ୍ତା

ନୂଆଦିଲ୍ଲୀ,୨।୭: ରାଜଧାନୀ ଦିଲ୍ଲୀରୁ ଏବେ ଆଶ୍ୱସ୍ତିକର ଖବର ମିଳୁଛି। ବର୍ତ୍ତମାନ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରୁ ବି କମ୍‌ ରହୁଛି। ଫଳରେ ଦିଲ୍ଲୀବାସୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ଦିଲ୍ଲୀରେ ଗତ ୨୪ଘଣ୍ଟାରେ ମୋଟ ୯୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୧ଜଣ ସୁସ୍ଥ ଓ ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିପାଇଁ ରାଜ୍ୟରେ ସରକାର ଏବେ ଅନ୍‌ଲକ୍‌ ଘୋଷଣା କରିଛନ୍ତି। କରୋନା ପ୍ରୋଟୋକଲ୍‌ ନିୟମକୁ ମାନି ସମସ୍ତ ଦୋକାନ ବଜାର ଖୋଲାଯାଇଛି। ସେହିପରି ଦିଲ୍ଲୀ ନିକଟସ୍ଥ ଗୌତମ ବୁଦ୍ଧ ନଗର ଓ ଗାଜିଆବାଦରେ ମଧ୍ୟ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ଘଣ୍ଟାରେ ଏହି ୨ଟି ଅଞ୍ଚଳରେ ଗୋଟିଏ କରୋନା ମାମଲା ସାମ୍ନାକୁ ଆସିଛି।

ଅନ୍ୟପଟେ ଦିଲ୍ଲୀରେ ଏବେ ସଂକ୍ରମଣ କମିଥିବା ବେଳେ ଏମିତି କିଛି ରାଜ୍ୟ ଅଛି ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇଦେଇଛି। ଏଥିରେ ସବୁଠାରୁ ଆଗରେ ରହିଛି କେରଳ ଓ ମହାରାଷ୍ଟ୍ର। ଏହି ରାଜ୍ୟଗୁଡ଼ିକରେ ଲଗାତର ଦୈନିକ ସଂକ୍ରମଣ ୧୦ହଜାରରୁ ଊର୍ଦ୍ଧ୍ୱ ରହୁଛି। ଗତ ୨୪ ଘଣ୍ଟାରେ କେରଳରେ ୧୨,୮୬୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ୧୨୪ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମହାରାଷ୍ଟ୍ରରେ ୯,୧୯୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୨ଜଣଙ୍କ ପ୍ରାଣହାନୀ ଘଟିଥିବା ସୂଚନା ରହିଛି। ଯଦି ଏହି ୨ ରାଜ୍ୟରେ ଏଭଳି ସ୍ଥିତି ଜାରି ରୁହେ ତେବେ ତୃତୀୟ ଲହର ଖୁବ୍‌ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?