Posted inଜାତୀୟ

ଦିଲ୍ଲୀ ଦଙ୍ଗା ଅଭିଯୁକ୍ତଙ୍କୁ ମିଳିଲା ନିର୍ବାଚନ ଲଢିବାକୁ ଟିକେଟ, ଏହି ଆସନରୁ ଲଢିବେ

ନୂଆଦିଲ୍ଲୀ,୧୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଅସଦୁଦ୍ଦିନ ଓୱାଇସିଙ୍କ ପାର୍ଟି ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମେନ (ଏଆଇଏମଆଇଏମ) ତାହିର ହୁସେନଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇଛି।
ଅସଦୁଦ୍ଦିନ ଓୱାଇସି ମୁସ୍ତାଫାବାଦ ସିଟରୁ ତାହିର ହୁସେନଙ୍କୁ ଟିକେଟ ଦେଇଛନ୍ତି। ତାହିର ହୁସେନଙ୍କ ପରିବାର ମଧ୍ୟ ମଙ୍ଗଳବାର ଓୱାଇସିଙ୍କୁ ଭେଟିଥିଲେ।
ମୁସ୍ତାଫାବାଦ ବିଧାନସଭା ନିର୍ବାଚନରେ ତାହିର ହୁସେନଙ୍କ ଏଣ୍ଟ୍ରି ସହିତ ଏବେ ଏହି ନିର୍ବାଚନ ଆକର୍ଷଣୀୟ ହୋଇଛି। ତାହିର ନେହେରୁ ବିହାରର ଆମ ଆଦମୀ ପାର୍ଟିର କାଉନସିଲର ଥିଲେ। ୨୦୨୦ ମସିହାରେ, ଦିଲ୍ଲୀ ଦଙ୍ଗାରେ ତାଙ୍କ ନାମ ପଦାକୁ ଆସିବା ପରେ ଏଏପି ତାହିରଙ୍କୁ ଦଳରୁ ବହିଷ୍କାର କରିଥିଲା।
ସୂଚନାଯୋଗ୍ୟ, ତାହିର ୨୦୨୦ ମସିହାରୁ ଜେଲରେ ଅଛନ୍ତି। ତାଙ୍କ ବିରୋଧରେ UAPA, ଦଙ୍ଗା ଷଡଯନ୍ତ୍ର ସମେତ ଅନେକ ବିଭାଗରେ ମାମଲା ରୁଜୁ ହୋଇଛି। ସେ ଜେଲରେ ରହିବା ସମୟରେ ତାହିରର ମୁସ୍ତାଫାବାଦ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରତ୍ୟେକ ପର୍ବରେ ପୋଷ୍ଟର ଲଗାଯାଇଥାଏ।
ତାହିର ବିବାଦ ଭିତରକୁ ଆସିବା ପରେ ଆମ ଆଦମୀ ପାର୍ଟିର ଚିନ୍ତା ବଢିଛି। ତାହିର ହୁସେନ ମୁସ୍ତାଫାବାଦର ସିଟିଂ ବିଧାୟକ ହାଜି ୟୁନୁସଙ୍କ ସହ କଦାପି ଭଲ ପଡି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?