Posted inUncategorized

ହୃଦୟବିଦାରକ ଭିଡିଓ ଭାଇରାଲ୍‌: ସାଗରଙ୍କୁ ନୃଶଂସ ଭାବରେ ପିଟିଥିଲେ ସୁଶୀଲ

ନୂଆଦିଲ୍ଲୀ,୨୮।୫: ଦୁଇଥର ଅଲିମ୍ପିକ ପଦକ ବିଜେତା ସୁଶୀଲ କୁମାର ଛତ୍ରସାଲ ଷ୍ଟାଡିୟମରେ କୁସ୍ତି ଯୋଦ୍ଧ ସାଗର ଧନକଡଙ୍କ ହତ୍ୟା ଘଟଣାରେ ଗିରଫ ହୋଇଛନ୍ତି। ତାଙ୍କୁ ପଚରାଉଚରା କରାଯାଉଛି। ଏହି ସମୟରେ ସାଗରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସୁଶୀଲ ତାଙ୍କ ହାତରେ ହକି ବାଡି ସାଗରକୁ ପିଟୁଛନ୍ତି। ଭାଇରାଲ ଭିଡିଓ ଏବଂ ଫଟୋରେ ସାଗର ତଳେ ପଡ଼ିଥିବାର ନଜର ଆସିଛନ୍ତି।ନ୍‌ ୨୩ ବର୍ଷୀୟ ସାଗରଙ୍କ ପୋଷ୍ଟମର୍ଟମ ରିପୋର୍ଟରେ ମଧ୍ୟ ପ୍ରକାଶ ପାଇଛି ଯେ ତାଙ୍କ ମୁଣ୍ଡରେ କିଛି ଆଘାତ ହେବା ପରେ ତାଙ୍କର ମୃତ୍ୟୁ ଘଟିଛି। ମେ ୨୩ ରେ, ଦିଲ୍ଲୀ ପୋଲିସର ସ୍ପେଶାଲ ଟିମ୍‌ ସୁଶୀଲ କୁମାରଙ୍କୁ ଗିରଫ୍‌ ଏବେ ସେ ୬ ଦିନିଆ ପୋଲିସ ହେପାଜତରେ ଅଛନ୍ତି।
ମେ ୪ ତାରିଖ ରାତି ପ୍ରାୟ ୧୨ଟା ସମୟରେ ଛତ୍ରସାଲ ଷ୍ଟାଡିୟମରେ କୁସ୍ତିମାନଙ୍କ ମଧ୍ୟରେ ଝଗଡା ହେବାର ଖବର ଦିଲ୍ଲୀ ପୋଲିସ ପାଇଥିଲା। ଏହି ସଂଘର୍ଷରେ ଆହତ ହୋଇଥିବା ରେସଲର ସାଗରଙ୍କୁ ବିଜେଡିଏମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ତାଙ୍କ ଅବସ୍ଥା ବିଗିଡି ଯାଇ ତାଙ୍କୁ ଟ୍ରମା ସେଣ୍ଟରକୁ ନିଆଯାଇଥିଲା। ପୋଲିସ ନିକଟରେ ଦିଆଯାଇଥିବା ଅଭିଯୋଗ ଅନୁଯାୟୀ, ଛତ୍ରସାଲ ଷ୍ଟାଡିୟମର ପାର୍କିଂ ପରିସରରେ ସୁଶୀଲ କୁମାର, ଅଜୟ, ପ୍ରିନ୍ସ, ସୋନୁ, ସାଗର, ଅମିତ ଏବଂ ଅନ୍ୟମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ମୃତ ସାଗର ୯୭ କିଲୋଗ୍ରାମ ଗ୍ରୀକୋ-ରୋମାନ ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଜଣେ ପୂର୍ବତନ ଜୁନିଅର ଜାତୀୟ ଚାମ୍ପିୟନ ତଥା ବରିଷ୍ଠ ଜାତୀୟ ଶିବିରର ଅଂଶ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri