Posted inଜାତୀୟ

ଫୋନ ପାସଓ୍ବାର୍ଡ ନ ଦେବାରୁ ସାଙ୍ଗକୁ ହତ୍ୟା

ନୂଆଦିଲ୍ଲୀ,୨୯।୪ : ଫୋନ ପାସଓ୍ବାର୍ଡ ଦେବାକୁ ମନା କରି ଦେବାରୁ ଜଣେ ଦ୍ୱାଦଶ ଶ୍ରେଣୀର ଛାତ୍ରଙ୍କୁ ପାର୍କରେ ବେକ ଚିପି ହତ୍ୟା କରିଛି ସାଙ୍ଗ। ଦିଲ୍ଲୀର ପିତମପୁରା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଘଟଣା। ଏହି ଘଟଣା ଗତ ୨୧ ତାରିଖରେ ଘଟିଥିଲା। ଅଭିଯୁକ୍ତ ମୟଙ୍କ ସିଂ ଜଣେ ବିବିଏ ଛାତ୍ର। ତାଙ୍କୁ ସୋମବାର ଉତ୍ତରପ୍ରଦେଶରୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ମୃତ ନାବାଳକ ୨୧ ତାରିଖ ଦିନ ବାହରକୁ ଯିବା ପରେ ଘରକୁ ନ ଫେରିବାରୁ ତାଙ୍କ ବାପା ନିଖୋଜ ଅଭିଯୋଗ କରିଥିଲେ। ପୋଲିସକୁ ରବିବାର ଦିଲ୍ଲୀର ପିତମପୁରା ପାର୍କରୁ ମିଳିଥିଲା ଉକ୍ତ ନାବାଳକଙ୍କ ଗଳିତ ମୃତଦେହ। ଘଟଣା ସ୍ଥଳରୁ ବଡ଼ ଟେଡି ବିୟର ସହ ଡ୍ରାଗ୍ସ ମଧ୍ୟ ଜବତ କରାଯାଇଥିବା ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।

ଅଭିଯୁକ୍ତ ମୟଙ୍କ ୨୩ ତାରିଖରୁ ନିଖୋଜ ଥିଲେ। ତାଙ୍କୁ ୟୁପିର ପିଲଖୁଓ୍ବା ଅଞ୍ଚଳରୁ ଗିରଫ କରାଯିବା ପରେ ମୃତକକୁ ପାର୍କରେ ଭେଟିଥିବା ସ୍ବୀକାର କରିଥିଲା। ମୟଙ୍କ ମୃତକଙ୍କୁ ଫୋନର ପାସଓ୍ବାର୍ଡ ମାଗିଥିଲେ। ମାତ୍ର ସେ ମନା କରିବାରୁ ପ୍ରଥମେ ପଥରରେ ଆକ୍ରମଣ କରିଥିଲେ। ଏହାପରେ ଏକ କପଡ଼ାରେ ବେକ ଚିପି ହତ୍ୟା କରିଥିବା ଅଭିଯୁକ୍ତ ପୋଲିସ ଆଗରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri