ଦେଶରେ ଓମିକ୍ରନ୍ ସଂକ୍ରମଣ ବୃଦ୍ଧି ପାଇଁ ଦାୟୀ କେନ୍ଦ୍ର ସରକାର: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪ ।୧: ସାରା ଦେଶରେ ଏବେ ବଢି ଚାଲିଛି କରୋନା ସଂକ୍ରମଣ । ଏହାସହ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ବି ତା’ର ତାଣ୍ଡବ ରଚି ଚାଲିଛି । ଏବେ ସୁଦ୍ଧା ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୦୦ ଛୁଇଁବାକୁ ଯାଉଥିବା ବେଳେ ଏହା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ରାଜଧାନୀ ଦିଲ୍ଲୀ ଓ ମହାରାଷ୍ଟ୍ରରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଇତି ମଧ୍ୟରେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ଯେଉଁ ତଥ୍ୟ ଦେଇଛନ୍ତି ତାହା ସମସ୍ତଙ୍କୁ ଚମକାଇ ଦେଇଛି । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର କହିଛନ୍ତି, ଜିନୋମ ସିକ୍ୟୁଏନସିଂ ପାଇଁ ଯେତିକି ସାମ୍ପଲ ଯାଉଛି ସେଥିମଧ୍ୟରୁ ୮୧ ପ୍ରତିଶତ ଓମିକ୍ରନ୍ ପଜିଟିଭ । ତେବେ ୨ ଦିନ ମଧ୍ୟରେ ଜିନୋମ ସିକ୍ୟୁଏନସିଂ ପାଇଁ ଯାଇଥିବା ୧୮୭ ସାମ୍ପଲ ମଧ୍ୟରୁ ୧୫୨ ଓମିକ୍ରନ୍ ସଂକ୍ରମିତ ।
ଅନ୍ୟପଟେ ଦେଶରେ ଓମିକ୍ରନ ସଂକ୍ରମଣ ପାଇଁ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ସେ କହିଛନ୍ତି କେନ୍ଦ୍ର ସରକାର ଯଦି ଉଚିତ ସମୟରେ ବିଦେଶରୁ ଆସୁଥିବା ଓ ବିଦେଶକୁ ଯାଉଥିବା ବିମାନ ସେବାକୁ ବନ୍ଦ କରି ଦେଇଥାଆନ୍ତେ ତେବେ ଆଜି ଓମିକ୍ରନ୍ ସଂକ୍ରମଣ ଏତେଟା ବୃଦ୍ଧି ପାଇ ନ ଥାଆନ୍ତା । ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କେନ୍ଦ୍ର ସରକାରଙ୍କୁ ବହୁବାର ଅନୁରୋଧ କରିଥିଲେ ବି ତାଙ୍କ କଥାକୁ ଗୁରୁତ୍ୱ ଦିଆଯାଇ ନ ଥିଲା । ତେଣୁ ଦେଶରେ ଏବେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଛି ଓ ଆଗକୁ ଆହୁରି ବଢିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri